ବଲାଙ୍ଗୀର : ଜିଲ୍ଲାର ବଙ୍ଗୋମୁଣ୍ଡା ବ୍ଲକ ଝଲପ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇ 7 ଛାତ୍ର ଅସୁସ୍ଥ । ସମସ୍ତଙ୍କୁ ସ୍ଥାନୀୟ ସିନ୍ଧେକେଲା ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
ସୂଚନା ଅନୁସାରେ, ଝଲପ ସ୍କୁଲରେ ମୋଟ 187 ଜଣ ଛାତ୍ରଛାତ୍ରୀ ପାଠ ପଢନ୍ତି। ତେବେ ଆଜି 160 ଜଣ ଛାତ୍ରଛାତ୍ରୀ ସ୍କୁଲକୁ ଆସିଥିଲେ ଓ ମଧ୍ୟାହ୍ନ ଭୋଜନ ଖାଇଥିଲେ। ମଧ୍ୟାହ୍ନ ଭୋଜନରେ ଅଣ୍ଡା ଏବଂ ଭାତ ଖାଇ 7 ଜଣ ଅସୁସ୍ଥ ଅନୁଭବ କରିଥିଲେ। ସଙ୍ଗେ ସଙ୍ଗେ ଅସୁସ୍ଥ ଛାତ୍ରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।