ବାଲେଶ୍ବର: ବାଲେଶ୍ଵର ଜିଲ୍ଲା କଂଗ୍ରେସ ସଭାପତି ସଞ୍ଜୀବ ଗିରିଙ୍କ ନେତୃତ୍ତ୍ବରେ ଏକ ସାମ୍ବାଦିକ ସମ୍ମିଳନୀ ବାଲେଶ୍ଵର ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆସନ୍ତା 12 ତାରିଖ ଓଡିଶା ବନ୍ଦ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଥିଲା ।
କଳାହାଣ୍ଡିର ଶିକ୍ଷୟିତ୍ରୀ ମମିତା ମହେର ହତ୍ୟାକାଣ୍ଡରେ ସମ୍ପୃକ୍ତ ଗୋବିନ୍ଦ ସାହୁଙ୍କୁ ପୋଲିସ ଗିରଫ କରିଛି ସତ, ହେଲେ ହତ୍ୟାକାଣ୍ଡର କାରଣ ଉନ୍ମୋଚନ କାହିଁକି କରୁନାହିଁ ବୋଲି ପ୍ରଶ୍ନ କରାଯାଇଛି । ଏହାସହ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ମିଶ୍ରଙ୍କ ସମ୍ପୃକ୍ତି ରହିଥିବା ଯୋଗୁଁ ପୋଲିସ କାର୍ଯ୍ୟାନୁଷ୍ଠାନ ନେବାରେ ବିଳମ୍ବ କରୁଥିବା ଅଭିଯୋଗ କରିଛି କଂଗ୍ରେସ।