ବାଲେଶ୍ବର: ଓଡିଶା ଅଭିଭାବକ ମହାସଂଘର ବାଲେଶ୍ଵର ଜିଲ୍ଲା ଶାଖା ପକ୍ଷରୁ ବିଭିନ୍ନ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।
ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କଲା ଅଭିଭାବକ ମହାସଂଘ - odisha abibhabaka mahasangha
2019ରେ ରାଜ୍ୟ ସରକାର କରିଥିବା ଘୋଷଣାକୁ ପୂରଣ ନକରିବାରୁ ଅଭିଭାବକ ସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଅଧିକ ପଢନ୍ତୁ...
ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କଲା ଅଭିଭାବକ ମହାସଂଘ
ସଂଘର ଦାବି ଅନୁସାରେ ଗତ 2019ରେ ରାଜ୍ୟ ସରକାର ଘୋଷଣା କରିଥିଲେ ଯେ, ଘରୋଇ ଶିକ୍ଷା ଅନୁଷ୍ଠାନ ଗୁଡିକରେ ଆର୍ଥିକ ଅନଗ୍ରସର ଓ ଦିବ୍ୟାଙ୍ଗ ପିଲାମାନଙ୍କ ପାଇଁ 25 ପ୍ରତିଶତ ସ୍ଥାନ ସଂରକ୍ଷଣ ରଖିବେ । ମାତ୍ର ଚଳିତ ଶିକ୍ଷାବର୍ଷ ଆରମ୍ଭ ପର୍ଯ୍ୟନ୍ତ କୌଣସି ଘରୋଇ ସ୍କୁଲ ସରକାରଙ୍କ ନିୟମକୁ ମାନି ନଥିବା ଅଭିଯୋଗ ହୋଇଛି । ଏହାକୁ ନେଇ ଅଭିଭାବକମାନେ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।
ବାଲେଶ୍ବରରୁ ଜୀବନଜ୍ୟୋତି ନାୟକ, ଇଟିଭି ଭାରତ