ବାଲେଶ୍ଵର: ଜିଲ୍ଲାର ନୀଳଗିରି ଥାନା ଅଧିନରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । କାଠଗୋଛି ଗ୍ରାମର ପଣ୍ଡା ସିଂଙ୍କ ପୁଅ ଜଟା ସକାଳେ ପାଖ ଜଙ୍ଗଲକୁ ଶୌଚ ପାଇଁ ଯାଇଥିଲେ। ସେଠାରେ ଦୁଇଟି ଭାଲୁ ତାଙ୍କୁ ଅତର୍କିତ ଭାବେ ଆକ୍ରମଣ କରିଥିଲେ।
ଭାଲୁ ଆକ୍ରମଣରେ ଯୁବକ ଗୁରୁତର, ମେଡିକାଲରେ ଭର୍ତ୍ତି - ଭାଲୁ ଆକ୍ରମଣରେ ଯୁବକ ଗୁରୁତର
ନୀଳଗିରିରେ ଭାଲୁ ଆକ୍ରମଣ ବଢିବାରେ ଲାଗିଛି । ଯାହାକୁ ନେଇ ଭୟଭୀତ ଅବସ୍ଥାରେ ଅଛନ୍ତି ଗ୍ରାମବାସୀ । ଅଧିକ ପଢନ୍ତୁ...

ଭାଲୁ ଆକ୍ରମଣରେ ଯୁବକ ଗୁରୁତର, ମେଡିକାଲରେ ଭର୍ତ୍ତି
ଭାଲୁ ଆକ୍ରମଣରେ ଯୁବକ ଗୁରୁତର, ମେଡିକାଲରେ ଭର୍ତ୍ତି
ଜଟାଙ୍କୁ ସେଠାରୁ ଉଦ୍ଧାର କରାଯାଇ ଗୁରୁତର ଭାବେ ପ୍ରଥମେ ନୀଳଗିରି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବାଲେଶ୍ଵର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ବାଲେଶ୍ବରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତ