ଓଡିଶା

odisha

ETV Bharat / state

ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା - ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ

ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା । ବିଦ୍ୟୁତ ଆଘାତରେ ମୃତ ବ୍ୟକ୍ତିକୁ କଟକ ସ୍ଥାନାନ୍ତର ଦାବିରେ ଡାକ୍ତର ଓ କର୍ମଚାରୀଙ୍କୁ ଦୁର୍ବ୍ୟବହାର କରିଥିଲେ ସମ୍ପର୍କୀୟ । ଏହି ଘଟଣାରେ ପୋଲିସ ଦୁଇ ଜଣଙ୍କୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି।

bhadrak-district-medical-tension-for-refer-of-dead-patient
ଫଟୋ ସୌଜନ୍ୟ : ସମ୍ବାଦଦାତା,ଭଦ୍ରକ

By

Published : Dec 19, 2019, 5:33 PM IST

ଭଦ୍ରକ: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା । ବିଦ୍ୟୁତ ଆଘାତ ପ୍ରାପ୍ତ ବ୍ୟକ୍ତିକୁ ଡାକ୍ତର ମୃତ ଘୋଷଣା କରିଥିଲେ । କିନ୍ତୁ ସମ୍ପର୍କୀୟ ମାନିବାକୁ ନାରାଜ ହୋଇ କଟକ ସ୍ଥାନାନ୍ତର ଦାବିରେ ଡାକ୍ତର ଓ କର୍ମଚାରୀଙ୍କୁ ଦୁର୍ବ୍ୟବହାର କରିଥିଲେ । ଭଦ୍ରକ ଟାଉନ ଥାନା ପୋଲିସ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣ କରିଥିଲା । ଏହି ଘଟଣାରେ ପୋଲିସ ଦୁଇ ଜଣଙ୍କୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି ।

ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା

ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବଳଭଦ୍ରପୁର ଚୁନିନନ୍ଦା ଗ୍ରାମର କୈଳାସ ପରିଡା ବିଦ୍ୟୁତ ଆଘାତରେ ଗୁରୁତର ଭାବେ ଆହତ ହୋଇଥିଲେ । ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଭର୍ତ୍ତି କରାଯାଇଥିଲା । କିନ୍ତୁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । କଟକ ସ୍ଥାନାନ୍ତର ଦାବିରେ ସମ୍ପର୍କୀୟ ଡାକ୍ତର ଓ କର୍ମଚାରୀଙ୍କୁ ଦୁର୍ବ୍ୟବହାର କରିଥିଲେ । ଏହାକୁ ନେଇ ମେଡିକାଲରେ ପ୍ରବଳ ଉତ୍ତେଜନା ଦେଖା ଦେଇଥିଲା ।

ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ

ABOUT THE AUTHOR

...view details