ଭଦ୍ରକ: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ବିଜୁ ପକ୍କା ଘର ହିତାଧିକାରୀ ଚୟନ ପ୍ରକ୍ରିୟାରେ ଅନିୟମିତା ହୋଇଥିବା ଅଭିଯୋଗ ହୋଇଥିଲା । ପରେ ସିପିଆଇ ପକ୍ଷରୁ ଘଟଣାର ତଦନ୍ତ ଦାବି କରାଯାଇଥିଲା । ବନ୍ତ ବ୍ଲକ ଅନ୍ତର୍ଗତ ରାମଚନ୍ଦ୍ରପୁର ପଞ୍ଚାୟତରେ ବ୍ୟାପକ ଅନିୟମିତତା ହୋଇଥିବା କଥା ସାମ୍ନାକୁ ଆସିଛି । ଏନେଇ ଶତାଧିକ ହିତାଧିକାରୀ ବ୍ଳକ କାର୍ଯ୍ୟାଳୟରେ ପହଞ୍ଚି ପ୍ରତିବାଦ କରିଥିଲେ ।
ଆବାସ ଯୋଜନାରେ ଅନିୟମିତତା ଅଭିଯୋଗ, କାର୍ଯ୍ୟାନୁଷ୍ଠାନ ପାଇଁ ଦାବି
ଭଦ୍ରକ ବନ୍ତ ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ବିଜୁ ପକ୍କା ଘର ହିତାଧିକାରୀ ଚୟନ ପ୍ରକ୍ରିୟାରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା । ପ୍ରତିବାଦ ପରେ ହିତାଧିକାରୀଙ୍କୁ ଦୋଷୀ ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପ୍ରତିଶ୍ରୁତି ମିଳିଛି ।
ଫଟୋ ସୌଜନ୍ୟ: ସମ୍ବାଦଦାତା, ଭଦ୍ରକ
ତେବେ ହିତାଧିକାରୀଙ୍କ ଉପସ୍ଥିତିରେ ତଦନ୍ତ ରିପୋର୍ଟକୁ ଆଧାର କରି ଅନିୟମିତତା ହୋଇଥିବା ସ୍ପଷ୍ଟ ହୋଇଛି । ଏହାପରେ ଦୋଷୀ ଅଧିକାରୀ ମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ହିତାଧିକାରୀଙ୍କୁ ପ୍ରତିଶ୍ରୁତି ମିଳିଛି । ମାତ୍ର ଏନେଇ ଗଣମାଧ୍ୟମକୁ ପ୍ରଶାସନ ପକ୍ଷରୁ କୌଣସି ପ୍ରତିକ୍ରିୟା ପ୍ରକାଶ କରାଯାଇନାହିଁ ।
ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ