ଭଦ୍ରକ: ଶାନ୍ତି, ମୈତ୍ରୀ ଓ ଦାନର ପର୍ବ ଇଦ ଭଦ୍ରକ ସହରରେ ଆଜି ସମ୍ପୂର୍ଣ୍ଣ ନିରାଡ଼ମ୍ବର ସହ ପାଳନ କରାଯାଉଛି । କୋାରୋନାର ଦ୍ଵିତୀୟ ଲହରୀ ପାଇଁ ଜାରି ହୋଇଥିବା ଲକଡାଉନରେ ଧାର୍ମିକ କାର୍ଯ୍ୟକ୍ରମ ଉପରେ କଡା କଟକଣା ଲଗାଯାଇଛିି । ତେଣୁ ଆଜି ଏହି ପବିତ୍ର ପର୍ବକୁ ମୁସଲିମ ଧର୍ମାବଲମ୍ବୀ ମାନେ ପ୍ରଶାସନର ନିର୍ଦ୍ଧେଶ ଏବଂ ଚଉଦ ମହଲା ମୁସଲିମ ଜମାତର ଅନୁରୋଧ କ୍ରମେ ସାମାଜିକ ଦୂରତା ରଖି ଇଦଗାହ ଓ ବିଭିନ୍ନ ମସଜିଦରେ ନମାଜ ପାଠ କରିଛନ୍ତିି ।
ବିଶେଷ କରି ଇଦଗାହ ଓ ମସଜିଦ ରେ 5 ଜଣ କରି ମୁସଲିମ ଧର୍ମାବଲମ୍ବୀ ମାନେ ଆସି ନମାଜ ପାଠ କରିଛନ୍ତି । ଅନ୍ୟମାନେ ନିଜ ନିଜ ଘରେ ରହି ନମାଜ ପାଠ କରିଥିବା ଦେଖିବାକୁ ମିଳିଛିି । ତେବେ ଭଦ୍ରକ ସହରରେ ଥିବା ଇଦଗାହରେ ଆଜିର ଦିନରେ ହଜାର ହଜାର ମୁସଲମାନ ସମୂହ ନମାଜ ପାଠ କରିବାକୁ ଥିବା ବେଳେ ଆଜି ମାତ୍ର ପାଞ୍ଚ ଜଣରେ ସୀମିତ ରହିଥିଲା ନମାଜ ପାଠ । ନିରାଡ଼ମ୍ବର ଭାବେ ଏହି ପର୍ବ ପାଳନ କରାଯାଉଥିଲେ ମଧ୍ୟ ସମସ୍ତେ ନୂଆ ବସ୍ତ୍ର ପରିଧାନ କରି ନିଜ ନିଜ ଘରେ ରହି ଏହି ପର୍ବକୁ ପାଳନ କରୁଛନ୍ତି ।