ଓଡିଶା

odisha

ETV Bharat / state

ବେଆଇନ ଚିଙ୍ଗୁଡି ଚାଷ ଯୋଗୁଁ କ୍ଷତିଗ୍ରସ୍ତ ଚାଷୀଙ୍କ ପ୍ରତିବାଦ - illegal shrimp farming

ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ବେଆଇନ ଚିଙ୍ଗୁଡି ଘେରି ଯୋଗୁଁ କ୍ଷତିଗ୍ରସ୍ତ ହେଉଥିବା ଚାଷୀମାନେ ଚାନ୍ଦବାଲି ତହସିଲ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଧାରଣା ଦେଇଛନ୍ତି।

bhadrak
କ୍ଷତିଗ୍ରସ୍ତ ଚାଷୀଙ୍କ ବିକ୍ଷୋଭ ପ୍ରଦର୍ଶନ

By

Published : Dec 3, 2020, 9:47 PM IST

ଭଦ୍ରକ: ବେଆଇନ ଚିଙ୍ଗୁଡି ଘେରି ଯୋଗୁଁ କ୍ଷତିଗ୍ରସ୍ତ ହେଉଥିବା ଚାଷୀଙ୍କ ବିକ୍ଷୋଭ ପ୍ରଦର୍ଶନ। ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ବେଆଇନ ଚିଙ୍ଗୁଡି ଘେରି ଯୋଗୁଁ କ୍ଷତିଗ୍ରସ୍ତ ହେଉଥିବା ଚାଷୀମାନେ ଚାନ୍ଦବାଲି ତହସିଲ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଧାରଣା ଦେଇଛନ୍ତି।

କ୍ଷତିଗ୍ରସ୍ତ ଚାଷୀଙ୍କ ବିକ୍ଷୋଭ ପ୍ରଦର୍ଶନ

ଖବର ଅନୁଯାୟୀ, ଚାଷ ଜମିରେ ବେଆଇନ ଭାବେ ଚିଙ୍ଗୁଡି ଚାଷ କରାଯାଉଥିବାରୁ, ଚିଙ୍ଗୁଡି ଫାର୍ମରୁ ବାହାରୁଥିବା ବର୍ଜ୍ୟବସ୍ତୁ ଯୋଗୁଁ ଧାନ ଚାଷ ନଷ୍ଟ ହେଉଛି। ଚାନ୍ଦବାଲି ବ୍ଲକ ଅନ୍ତର୍ଗତ 30 ଟି ପଞ୍ଚାୟତ ସମେତ, ଚାନ୍ଦବାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ 2 ହଜାର ହେକ୍ଟରରୁ ଉର୍ଦ୍ଧ୍ବ ଚାଷଜମି ଏଥିଯୋଗୁଁ ପ୍ରଭାବିତ ହେଉଥିବା ଜଣାପଡ଼ିଛି।

ଏନେଇ ବାରମ୍ବାର କ୍ଷତିଗ୍ରସ୍ତ ଚାଷୀମାନେ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିପାରୁନି । ଶେଷରେ ନିରୁପାୟ ହୋଇ ଚାଷୀମାନେ ଚାନ୍ଦବାଲି ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଧାରଣା ଦେଇଥିଲେ। ପରେ 5 ଦଫା ଦାବି ସମ୍ବଳିତ ଏକ ଦାବିପତ୍ର ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରିଥିବା ଜଣାପଡିଛି ।

ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ

ABOUT THE AUTHOR

...view details