ଭଦ୍ରକ: ଭୟାବହ ଅଗ୍ନିକାଣ୍ଡ । ଜଳିଗଲା 2ବଖରା ସହ ଗୋଟିଏ ଗୁହାଳ । ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ବମକୁରା ପଞ୍ଚାୟତ ଦେଉଳଢିଅ ଗାଁରେ ଏହି ଅଗ୍ନିକାଣ୍ଡ ଘଟିଛି । ତେବେ ଏହି ଅଗ୍ନିକାଣ୍ଡରେ 6 ଗାଈ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଏଥିସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି।
ଭୟାବହ ଅଗ୍ନିକାଣ୍ଡ: 6 ଗାଈ ଜୀବନ୍ତ ଦଗ୍ଧ - ଭୟାବହ ଅଗ୍ନିକାଣ୍ଡ
ଦେଉଳଢିଅ ଗାଁରେ ଅଗ୍ନିକାଣ୍ଡ ଘଟି 2ବଖରା ସହ 6 ଗାଈ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭଦ୍ରକ
ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭଦ୍ରକ
ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ତେବେ ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇନାହିଁ।
ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ