ଓଡିଶା

odisha

ETV Bharat / state

ବିଦ୍ୟୁତ୍ ଆଘାତରେ ଯୁବକ ମୃତ - man death for repairing motor in bhadrak

ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ବାଲିଗାଁ ଏନଏସି ଅନ୍ତର୍ଗତ କୁହ୍ଲି ୱାର୍ଡ଼ରେ ବିଦ୍ୟୁତ୍ ଆଘାତରେ ଜଣେ ଯୁବକଙ୍କ  ମୃତ୍ୟୁ ଘଟିଛି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭଦ୍ରକ

By

Published : Sep 16, 2019, 10:46 PM IST

ଭଦ୍ରକ: ବିଦ୍ୟୁତ୍ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ବାଲିଗାଁ ଏନଏସି ଅନ୍ତର୍ଗତ କୁହ୍ଲି ୱାର୍ଡ଼ରେ । ମୃତ ଯୁବକ ଜଣଙ୍କ ହେଲେ ଅଞ୍ଜନ କୁମାର ପରିଡା ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭଦ୍ରକ

ସୂଚନା ଅନୁଯାୟୀ, ସୋମବାର ଅଞ୍ଜନ ନିଜ ଘର ପାଣି ମଟରକୁ ଚାଲୁ କରିବା ସମୟରେ ହଠାତ୍ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଗୁରୁତର ଆହତ ହୋଇଥିଲେ । ଏହାପରେ ପରିବାର ଲୋକେ ତାଙ୍କୁ ତୁରନ୍ତ ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ମାତ୍ର ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ତେବେ ଏନେଇ ଚାନ୍ଦବାଲି ଥାନାରେ ଅଭିଯୋଗ ହେବା ପରେ ପୋଲିସ ପକ୍ଷରୁ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଆରମ୍ଭ ହୋଇଛି।

ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ

For All Latest Updates

ABOUT THE AUTHOR

...view details