ଓଡିଶା

odisha

ETV Bharat / state

17 ଦଫା ଦାବି ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଶ୍ରମିକ

ଭଦ୍ରକ  ଜିଲ୍ଲା ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟରେ ବ୍ୟାପକ ଦୁର୍ନୀତି ଏବଂ ଶ୍ରମିକ ମାରଣI ନୀତି ବିରୁଦ୍ଧରେ ବାରମ୍ବାର ଅଭିଯୋଗ ହୋଇଥିଲା । ମାତ୍ର ଏଥିପ୍ରତି କେହି ଦୃଷ୍ଟି ଦେଉ ନଥିବାରୁ ଶ୍ରମିକ ସଂଗଠନ ପକ୍ଷରୁ  ବୁଧବାର ଜିଲ୍ଲାପାଳଙ୍କ  କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା ।

ଫଟୋ ସୌଜନ୍ୟ:ସମ୍ବାଦଦାତା, ଭଦ୍ରକ

By

Published : Jul 10, 2019, 6:11 PM IST

ଭଦ୍ରକ: ଭଦ୍ରକରେ 17 ଦଫା ଦାବି ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି । ଶ୍ରମିକ ମାରଣା ନୀତି ବିରୁଦ୍ଧରେ 17 ଦଫା ଦାବି ନେଇ ବୁଧବାର ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ଏକ ପ୍ରତିବାଦ ସଭା ମଧ୍ୟ ଅନୁଷ୍ଠିତ ହୋଇଯାଇଛି ।

ଭିଡିଓ ସୌଜନ୍ୟ:ସମ୍ବାଦଦାତା, ଭଦ୍ରକ

ସୂଚନା ଅନୁଯାୟୀ, ଭଦ୍ରକ ଜିଲ୍ଲା ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟରେ ବ୍ୟାପକ ଦୁର୍ନୀତି ଏବଂ ଶ୍ରମିକ ମାରଣI ନୀତି ବିରୁଦ୍ଧରେ ବାରମ୍ବାର ଅଭିଯୋଗ ହୋଇଥିଲା । ମାତ୍ର ଏଥିପ୍ରତି କେହି ଦୃଷ୍ଟି ଦେଉ ନଥିବାରୁ ଶ୍ରମିକ ସଂଗଠନ ପକ୍ଷରୁ ବୁଧବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା । ଶ୍ରମିକ ନେତା ସମର ବଳଙ୍କ ନେତୃତ୍ବରେ ଶତାଧିକ ଶ୍ରମିକ ଏକ ବିରାଟ ଶୋଭଯାତ୍ରାରେ ଆସି ସହର ପରିକ୍ରମା କରିବା ପରେ ଜିଲ୍ଲପାଳ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିବା ସହ 17 ଦଫା ଦାବି ପତ୍ର ଜିଲ୍ଲାପାଳଙ୍କୁ ପ୍ରଦାନ କରିଥିଲେ ।

ମୁଖ୍ୟତଃ ଶ୍ରମ କାର୍ଯ୍ୟାଳୟରେ ଚାଲିଥିବା ବ୍ୟାପକ ଦୁର୍ନୀତି ଏବଂ ଦଲାଲ ରIଜ ସମ୍ପୂର୍ଣ୍ଣ ଭାବେ ବନ୍ଦ କରାଯାଉ, ଶ୍ରମ ଆଇନ ଅନୁଯାୟୀ ସୁବିଧା ସୁଯୋଗ ପ୍ରଦାନ କରାଯାଉ ଆଦି ଦାବି ପୂରଣ ନହେଲେ ଏଭଳି ଆନ୍ଦୋଳନ ଜାରି ରହିବ ବୋଲି ଶ୍ରମିକ ନେତା ଚେତାବନୀ ଦେଇଛନ୍ତି ।


ଭଦ୍ରକରୁ ଦେବାଶିଷ୍ ମହାପାତ୍ର, ଇଟିଭି ଭାରତ

ABOUT THE AUTHOR

...view details