ଓଡିଶା

odisha

ETV Bharat / state

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ଗିରଫ ଦାବିରେ ଫାଣ୍ଡି ଘେରାଉ - ଫାଣ୍ଡି ଘେରିଲେ ଛାତ୍ରଛାତ୍ରୀ ଓ ଅଭିଭାବକ

ସ୍କୁଲ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଫାଣ୍ଡି ଘେରିଲେ ଛାତ୍ରଛାତ୍ରୀ ଓ ଅଭିଭାବକ । ଥାନାରେ ମାମଲା ରୁଜୁ ପରେ ମଧ୍ୟ ଅଭିଯୁକ୍ତଙ୍କୁ ଗିରଫ କରାଯାଇନାହିଁ ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭଦ୍ରକ

By

Published : Sep 17, 2019, 10:24 PM IST

ଭଦ୍ରକ: ସ୍କୁଲ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ ହୋଇଛି । ମାମଲାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ଗିରଫ ଦାବି କରି ଫାଣ୍ଡି ଘେରିଲେ ଛାତ୍ରଛାତ୍ରୀ ଓ ଅଭିଭାବକ ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭଦ୍ରକ

ସୂଚନାନୁଯାୟୀ, ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ରାଇପୁର ଛକ ନିକଟରେ ସ୍କୁଲ ଛାତ୍ରୀମାନେ କୋଚିଂ ସେଣ୍ଟରୁ ଫେରୁଥିବାବେଳେ କିଛି ଅସାମାଜିକ ଯୁବକ ସେମାନଙ୍କୁ ଅସଦାଚରଣ କରିଥିଲେ । ଏଥିସହ ସେମାନଙ୍କୁ ମାରିବାକୁ ଧମକ ଦେଇଥିଲେ । ଭୟରେ ଛାତ୍ରୀମାନେ ଚିତ୍କାର କରି ଗ୍ରାମବାସୀଙ୍କୁ ଡାକ ପକାଇଥିଲେ । ଘଟଣାସ୍ଥଳରେ ଗ୍ରାମବାସୀ ପହଞ୍ଚିବା କ୍ଷଣି ଅଭିଯୁକ୍ତମାନେ ଫେରାର ହୋଇଯାଇଥିଲେ ।

ଘଟଣା ସମ୍ପର୍କରେ ଗ୍ରାମବାସୀ ପୋଲିସ ନିକଟରେ ଅଭିଯୋଗ କରିବା ପରେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିନଥିଲେ । ପୋଲିସର ଏଭଳି ଟାଳଟୁଳ ନୀତିକୁ ବିରୋଧ କରି ଉତକ୍ଷିପ୍ତ ଗ୍ରାମବାସୀମାନେ ଫାଣ୍ଡି ସମ୍ମୁଖରେ ଧାରଣାରେ ବସିଥିଲେ । ଘଟଣାସ୍ଥଳରେ ବାଂଶଡା ଥାନା ଅଧିକାରୀ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ । ଏଥିସହିତ ତଦନ୍ତ କରି ଅଭିଯୁକ୍ତଙ୍କୁ ଗିରଫ କରାଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରତିଶ୍ରୁତି ଦେଇଥିଲେ । ଏହାପରେ ଧାରଣା ହଟିଥିଲା ।

ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ

ABOUT THE AUTHOR

...view details