ବୌଦ୍ଧ: କେନ୍ଦ୍ର କୃଷି ନିତି ଓ ଦିଲ୍ଲୀରେ ଚାଲିଥିବା କୃଷକ ଆନ୍ଦୋଳନକୁ ସମର୍ଥନ ଜଣାଇ ବୌଦ୍ଧରେ ମଧ୍ୟ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ବୌଦ୍ଧ ଜିଲ୍ଲାର ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଏନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା ।
ତେବେ କୃଷକ ସଙ୍ଗଠନକୁ ଜିଲ୍ଲା କଂଗ୍ରେସ ପକ୍ଷରୁ ସମର୍ଥନ ଦିଆଯାଇ କଂଗ୍ରେସ ନେତା ଓ କର୍ମୀମାନେ ଏହି ଆନ୍ଦୋଳନରେ ସାମିଲ ହୋଇଥିଲେ।