ବୌଦ୍ଧ: ସମସ୍ୟା ଘେରରେ ଥିବା ଆଦର୍ଶ ବିଦ୍ୟାଳୟରେ ତାଲା ପକାଇଲେ ଛାତ୍ରଛାତ୍ରୀ । ବୌଦ୍ଧ ଜିଲ୍ଲାର ସଦର ବ୍ଲକ ଅନ୍ତର୍ଗତ ତେତେଲେଙ୍ଗା ଠାରେ ଥିବା ଓଡିଶା ଆଦର୍ଶ ବିଦ୍ୟାଳୟରେ ଦୀର୍ଘ ଦିନ ହେଲା ସମସ୍ୟା ଘେରରେ ଛନ୍ଦି ହୋଇ ରହିଛି ।
ବର୍ତ୍ତମାନ ପୁଣି ଶିକ୍ଷକ ଅଭାବ ଥିବାବେଳେ ଦାୟିତ୍ୱରେ ଥିବା ପ୍ରଧାନଶିକ୍ଷକଙ୍କ ବଦଳି ହୋଇଥିବାରୁ ଏନେଇ ଉଭୟ ଛାତ୍ରଛାତ୍ରୀ ଓ ଅବିଭାବକ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଆଜି ଏକ୍ସମାସ ଛୁଟି ପରେ ବିଦ୍ୟାଳୟ ଖୋଲିବାର ପ୍ରଥମ ଦିନରେ ଛାତ୍ରଛାତ୍ରୀ ବିଦ୍ୟାଳୟ ଫାଟକରେ ତାଲା ପକାଇ ଏହାର ବିରୋଧ କରିଥିଲେ ।