ଓଡିଶା

odisha

ETV Bharat / state

ସରିଲା ତୃତୀୟ ପର୍ଯ୍ୟାୟ ନାମାଙ୍କନ ଦାଖଲ ପ୍ରକ୍ରିୟା - ନାମାଙ୍କନ

ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ପାଇଁ ଗୁରୁବାର ଶେଷ ହୋଇଛି ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା । ତେବେ ଶେଷ ଦିନରେ ବିଧାନସଭା ଆସନ ପାଇଁ 186 ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ଲୋକସଭା ଆସନ ପାଇଁ 35 ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

By

Published : Apr 4, 2019, 11:52 PM IST

ଭୁବନେଶ୍ବର: ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ପାଇଁ ଗୁରୁବାର ଶେଷ ହୋଇଛି ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା । ତେବେ ଶେଷ ଦିନରେ ବିଧାନସଭା ଆସନ ପାଇଁ 186 ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ଲୋକସଭା ଆସନ ପାଇଁ 35 ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

ତୃତୀୟ ପର୍ଯ୍ୟାୟର 42ଟି ବିଧାନସଭା ଆସନ ପାଇଁ ସର୍ବମୋଟ 399 ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ 6ଟି ଲୋକସଭା ଆସନ ପାଇଁ ସର୍ବମୋଟ 69 ଜଣ ପ୍ରାର୍ଥୀ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେହିପରି ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ବିଧାନସଭା ଆସନ ପାଇଁ 15 ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ଲୋକସଭା ଆସନ ପାଇଁ 2 ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

ଚତୁର୍ଥ ପର୍ଯ୍ୟାୟର 42ଟି ବିଧାନସଭା ଆସନ ପାଇଁ ସର୍ବମୋଟ 33 ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ 6ଟି ଲୋକସଭା ଆସନ ପାଇଁ ମୋଟ 4 ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ABOUT THE AUTHOR

...view details