ଓଡିଶା

odisha

ETV Bharat / state

ଜବତ ହେଲାଣି କୋଟିଏ ଟଙ୍କା, କଢ଼ା ହେଲାଣି 23 ଲକ୍ଷ ହୋର୍ଡିଂ - Bhubaneswar

ନିର୍ବାଚନକୁ ଶାନ୍ତିଶୃଙ୍ଖଳା ସହ ପରିଚାଳନା କରିବା ନିମନ୍ତେ ବର୍ତ୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ୭ ହଜାର ୫୪୯ ଗୋଟି ଜାମିନ ବିହୀନ ଗିରଫ ପରୱାନା କାର୍ଯ୍ୟକାରୀ ହୋଇଛି । ଭାରତୀୟ ପିଙ୍ଗଳ କୋର୍ଡ ୧୦୭/୧୧୬ ଧାରା ଅନୁଯାୟୀ ୩୭ ହଜାର ୮୦୪ ଜଣଙ୍କୁ ଅଟକ ରଖାଯାଇଛି ।

ଫାଇଲ ଫଟୋ

By

Published : Apr 4, 2019, 2:44 AM IST

ଭୁବନେଶ୍ବର: ନିର୍ବାଚନକୁ ଶାନ୍ତିଶୃଙ୍ଖଳା ସହ ପରିଚାଳନା କରିବା ନିମନ୍ତେ ବର୍ତ୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ୭ ହଜାର ୫୪୯ ଗୋଟି ଜାମିନ ବିହୀନ ଗିରଫ ପରୱାନା କାର୍ଯ୍ୟକାରୀ ହୋଇଛି । ଭାରତୀୟ ପିଙ୍ଗଳ କୋର୍ଡ ୧୦୭/୧୧୬ ଧାରା ଅନୁଯାୟୀ ୩୭ ହଜାର ୮୦୪ ଜଣଙ୍କୁ ଅଟକ ରଖାଯାଇଛି । ୪ ହଜାର ୬୪୪ ଗୋଟି ଲାଇସେନ୍ସ ପ୍ରାପ୍ତ ବନ୍ଧୁକ ସଂପୃକ୍ତ ଜିଲ୍ଲା ପ୍ରଶାସନ ଠାରେ ଜିମା ଦିଆଯାଇଛି।

ଲାଇସେନ୍ସ ନଥିବା ୧୯୦ଟି ଅସ୍ତ୍ରଶସ୍ତ୍ର ଏବଂ ୨୭୫. ୦୩୨ କିଲୋଗ୍ରାମ ବିସ୍ଫୋରକ ଦ୍ରବ୍ୟ ଜବତ କରାଯାଇଛି । ଆଜି ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅବକାରୀ ବିଭାଗ ଓ ପୋଲିସ ସହାୟତାରେ ପ୍ରାୟ ୮୯୫୪୨. ୨୯୦ ଲିଟର ମଦ ଜବତ କରାଯାଇଛି ଯାହାର ଆନୁମାନିକ ମୂଲ୍ୟ ୨ କୋଟି ୬୮ ଲକ୍ଷ ୨୫ ହଜାର ୭୭୫ ଟଙ୍କା ହେବ।

ସେହିପରି ରାଜ୍ୟରେ ଫ୍ଲାଇଂ ସ୍କ୍ୱାଡ ଏବଂ ପୋଲିସ୍‌ ଦ୍ୱାରା ୧ କୋଟି ୨୬ ଲକ୍ଷ ୪୬ ହଜାର ୯୫୦ ଟଙ୍କା ଜବତ କରାଯାଇଛି । ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରି ଆଜି ସୁଦ୍ଧା ସର୍ବସାଧାରଣ ସ୍ଥାନରେ ଲାଗିଥିବା ୨୧ ଲକ୍ଷ ୧୮ ହଜାର ୨୮୬ଟି ହୋର୍ଡିଂ, ପୋଷ୍ଟର ଆଦିକୁ ହଟାଇ ଦିଆଯାଇଛି।

ଅନ୍ୟପଟେ ଆଜି ସୁଦ୍ଧା ବ୍ୟକ୍ତିଗତ ମାଲିକାନାରେ ଥିବା ସ୍ଥାନରେ ବେଆଇନ୍‌ ଭାବେ ଲାଗିଥିବା ୧ ଲକ୍ଷ ୯୬ ହଜାର ୨୪୫ଟି ହୋର୍ଡିଂ, ପୋଷ୍ଟର ଆଦିକୁ ମଧ୍ୟ ବାହାର କରିଦିଆଯାଇଛି । ରାଜ୍ୟସ୍ତରରେ ଖୋଲାଯାଇଥିବା ନିୟନ୍ତ୍ରଣ କକ୍ଷ ଟେଲିଫୋନ ନଂ ୦୬୭୪-୨୩୯୫୦୧୫କୁ ବର୍ତ୍ତମାନ ସୁଦ୍ଧା ୫୪୫ଟି କଲ୍‌ କରାଯାଇ ନିର୍ବାଚନ ସଂପର୍କିତ ବିଭିନ୍ନ ଅଭିଯୋଗ ବା ସୂଚନା ମିଳିଛି।

ଆଜି ପର୍ଯ୍ୟନ୍ତ ଓଡ଼ିଶାରେ ସି-ଭିଜିଲ୍‌ ଆପ୍‌ ମାଧ୍ୟମରେ ୬୪୭ଟି ଅଭିଯୋଗ ଗ୍ରହଣ କରାଯାଇଥିବାବେଳେ ସେଥିମଧ୍ୟରୁ ୫୬୪ଟି ଅଭିଯୋଗର ସମାଧାନ କରାଯାଇଛି।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ABOUT THE AUTHOR

...view details