ଓଡିଶା

odisha

ETV Bharat / state

ଶେଷ ହେଲା ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନର ନାମାଙ୍କନ ପତ୍ର ଦାଖଲ

ସରିଛି ଦ୍ବିତୀୟ ପର୍ଯାୟ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ । ଯେଉଁଥିରେ ବିଧାନସଭା ଆସନ ପାଇଁ 205 ଜଣ ଓ ଲୋକସଭା ଆସନ ପାଇଁ 24 ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

By

Published : Mar 26, 2019, 8:57 PM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ଭୁବନେଶ୍ବର: ଶେଷ ହୋଇଛି ଦ୍ବିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ । ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ଆସନ ପାଇଁ 205 ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ଲୋକସଭା ଆସନ ପାଇଁ 24 ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

ତେବେ ଦ୍ବିତୀୟ ପର୍ଯ୍ୟାୟରେ 35ଟି ବିଧାନସଭା ଆସନ ପାଇଁ 302 ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏଥିସହ 5ଟି ଲୋକସଭା ଆସନ ପାଇଁ ସର୍ବମୋଟ 45 ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ABOUT THE AUTHOR

...view details