ଭୁବନେଶ୍ବର: କ୍ରମାଗତ ଭାବେ ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ଅବସରରେ ତାଙ୍କୁ ରାଜ୍ୟପାଳ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଇଂରାଜୀରେ ଶପଥ ପାଠ କରିଛନ୍ତି ମୁଖ୍ୟମନ୍ତ୍ରୀ । ଶପଥ ଗ୍ରହଣ ପରେ ତାଙ୍କ ନିକଟରକୁ ଶୁଭେଚ୍ଛାର ସୁଅ ଛୁଟୁଛି ।
ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଫୋନ ଯୋଗେ ନବୀନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହରେ ବିଭିନ୍ନ ଦଳର ନେତା, ବିଧାୟକ ଏବଂ ସାଂସଦଙ୍କ ଉପସ୍ଥିତି ଦେଖିବାକୁ ମିଳିଥିଲା । ଏହା ସହ ଅନେକ ବ୍ୟକ୍ତି ବିଶେଷ ମଧ୍ୟ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।