କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ 6716ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ଗୁରୁବାର ସକାଳୁ ଶୁକ୍ରବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୧୦ଟି ମାମଲା ରୁଜୁ କରାଯାଇଛି । ଏହି ୧୦ଟି ମାମଲା ମଧ୍ୟରୁ ୭ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ବେଳେ ଗୋଟିଏ ମାମଲା ହୋମକ୍ବାରଣ୍ଟାଇନ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଛି ।