କଟକ: ମାହାଙ୍ଗା ୪ ବର୍ଷର ନାବାଳିକା ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ଯସ୍ତ ହେଲା ଅଭିଯୁକ୍ତ । ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ଅଦାଲତ । ଆଜି(ଶନିବାର) କଟକ ଏଡିଜେ ସ୍ୱତନ୍ତ୍ର ପକ୍ସୋ କୋର୍ଟରେ ମାମଲାର ଶୁଣାଣି କରାଯାଇଥିଲା ।
ଦୋଷୀ ଜିତେନ୍ଦ୍ର ସାହୁକୁ ୨୦ ବର୍ଷର ସଶ୍ରମ କାରାଦଣ୍ଡ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଏଥିସହ ୧୫ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ । ଜରିମାନା ଅନାଦେୟ ଅଧିକ ୬ ମାସ ଜେଲଦଣ୍ଡ ନିୟମ ରଖାଯାଇଛି । ସେହିପରି ପୀଡିତାଙ୍କୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଅର୍ଥ ରାଶି ପ୍ରଦାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ । ଜିଲ୍ଲା ଆଇନସେବା ପ୍ରାଧିକରଣ ଜରିଆରେ ଦିଆଯିବ ଏହି କ୍ଷତିପୂରଣ ।