କଟକ: କଟକ ମହାନଗର ନିଗମରେ ଆଜି ସର୍ବାଧିକ ୩୩୫ କୋରୋନା ପଜିଟିଭ ଚିହ୍ନଟ କରାଯାଇଛି । ସେଥିରୁ ୧୧୩ ଜଣ ହୋମ କ୍ବାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୯୩ ଜଣ ଶିକ୍ଷାନୁଷ୍ଠାନ କ୍ବାରେଣ୍ଟିନରୁ ଚିହ୍ନଟ ହୋଇଛନ୍ତି ।
୧୨୯ ଜଣ ସ୍ଥାନୀୟ ଆକ୍ରାନ୍ତ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୯୬୫୫ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲାବେଳେ ୭୨୦୯ ଜଣ ସୁସ୍ଥ ହୋଇ ଫେରିଛନ୍ତି। ଏବେ ପର୍ଯ୍ୟନ୍ତ ୪୦ ଜଣଙ୍କର ମୃତ୍ୟୁ ଘଟିଛି ।