ଭୁବନେଶ୍ବର:କଟକ ବଡମ୍ବା ମକର ମେଳାରେ ଦଳଚକଟା ଘଟଣା । ମହାନଦୀ ସେତୁରୁ ସିଂହନାଥ ପୀଠକୁ ସଂଯୋଗ କରୁଥିବା ଟି-ବ୍ରିଜରେ ଅଘଟଣ ଘଟିଥିବା ବେଳେ ଜଣଙ୍କ ମୃତ୍ୟୁ ଘଟିଥିବା ନେଇ ସୂଚନା ମିଳିଛି । ଅଘଟଣରେ ମୋଟ ୨୦ ଆହତ ହୋଇଛନ୍ତି । ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ।
ନୃସିଂହନାଥ ପୀଠରେ ଦଳାଚକଟାରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି । ଏହାସହିତ ଜଣେ ୧୨ ବର୍ଷୀୟ ବାଳକଙ୍କ ଅବସ୍ଥା ମଧ୍ୟ ସଙ୍କଟାପନ୍ନ ରହିଛି । ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୫ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ମଧ୍ୟ ଜଣାଇଛନ୍ତି ।
ଏହା ବି ପଢନ୍ତୁ- T Bridge Stampede: ବଡମ୍ବା ଟି ବ୍ରିଜ ଉପରେ ଦଳାଚକଟାରେ ୨୦ ଗୁରୁତର, ଜଣେ ମୃତ !