ଓଡିଶା

odisha

ETV Bharat / state

ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ଶେଷକୃତ୍ୟ - ଅଭିନେତ୍ରୀ ଝରଣା ଦାସଙ୍କ ନିଧନ

ବର୍ଷିଆନ ଓଡିଆ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ । ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଅଭିନେତ୍ରୀଙ୍କ ଶେଷକୃତ୍ୟ ହେବ ବୋଲି ଘୋଷଣା କଲେ । ଅଧିକ ପଢନ୍ତୁ

ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

By

Published : Dec 2, 2022, 10:21 AM IST

ଭୁବନେଶ୍ବର: ଓଡ଼ିଆ ଚଳଚ୍ଚିତ୍ର ଜଗତର ସ୍ୱନାମଧନ୍ୟ ଅଭିନେତ୍ରୀ ଝରଣା ଦାସଙ୍କ ନିଧନ ହୋଇଯାଇଛି । ଏହି ବର୍ଷିଆନ ଅଭିନେତ୍ରୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ଵର୍ଗତଃ ଝରଣା ଦାସଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି(Odia actress Jharana Das died) । ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ତାଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣ୍ଣନା କରିଛନ୍ତି । ଆକାଶବାଣୀ ସହିତ ଉଭୟ ମଞ୍ଚ ଓ ଚଳଚ୍ଚିତ୍ରରେ ବିଭିନ୍ନ ଭୂମିକାରେ ତାଙ୍କର ପ୍ରଭାବଶାଳୀ ଅଭିନୟ ତାଙ୍କୁ ବିପୁଳ ଲୋକପ୍ରିୟତା ଆଣି ଦେଇଥିଲା ।

ଏହାମଧ୍ୟ ପଢନ୍ତୁ: ବର୍ଷିୟାନ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ

ଝରଣା ଦାସଙ୍କ ସ୍ଵର ଓ ଚମତ୍କାର ଅଭିନୟ ତାଙ୍କୁ ଜଣେ କିମ୍ବଦନ୍ତୀ ଅଭିନେତ୍ରୀ ଭାବରେ ଅଜସ୍ର ସୁନାମ ଦେଇଥିଲା । ତାଙ୍କର ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ତଥା ସାଂସ୍କୃତିକ, ଜଗତରେ ବିରାଟ ଶୂନ୍ୟତା ସୃଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଏହାସହ ଦିବଙ୍ଗତ ଆତ୍ମାର ସଦଗତି କାମନା କରିଛନ୍ତି । ସ୍ଵର୍ଗତଃ ଝରଣା ଦାସଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details