ଓଡିଶା

odisha

By

Published : Aug 10, 2020, 7:08 PM IST

ETV Bharat / state

କଟକରୁ ପୁଣି 53 କୋରୋନା ପଜିଟିଭ୍ ଚିହ୍ନଟ

କଟକ ମହାନଗର ନିଗମରେ ସୋମବାର 53 ଟି କୋରୋନା ପଜିଟିଭ ଚିହ୍ନଟ କରାଯାଇଛି । ସେଥିମଧ୍ୟରୁ 18 ଜଣ ହୋମକ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ 6 ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି ।

corona update in cuttack
କଟକରୁ ପୁଣି 53 କୋରୋନା ପଜିଟିଭ୍ ଚିହ୍ନଟ

କଟକ: କଟକ ମହାନଗର ନିଗମରେ ସୋମବାର 53 ଟି କୋରୋନା ପଜିଟିଭ ଚିହ୍ନଟ କରାଯାଇଛି । ସେଥିମଧ୍ୟରୁ 18 ଜଣ ହୋମକ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ 6 ଜଣ କ୍ବାରଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି । 10 ଜଣ ସ୍ଥାନୀୟ ଆକ୍ରାନ୍ତ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ତେବେ 19 ପଜିଟିଭ କଣ୍ଟେନମେଣ୍ଟ ଜୋନ ଅଞ୍ଚଳରୁ ଚିହ୍ନଟ କରାଯାଇଛି ।

ସମସ୍ତ ପଜିଟିଭ କେବଳ ମାଲଗୋଦାମ କଣ୍ଟେନମେଣ୍ଟ ଜୋନରୁ ଚିହ୍ନଟ କରାଯାଇଛି । ସେମାନଙ୍କ ମଧୟରୁ 9ଜଣ ପୁରୁଷ ଥିଲା ବେଳେ ୧୦ ଜଣ ମହିଳା ଅଛନ୍ତି । ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ 1721 ଆକ୍ରାନ୍ତ ଚିହ୍ନଟ କରାଯାଇଥିଲା ବେଳେ 912 ଜଣ ସୁସ୍ଥ ହୋଇ ଫେରିଛନ୍ତି । 10 ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି 799 ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ABOUT THE AUTHOR

...view details