ଓଡିଶା

odisha

ETV Bharat / state

Anubhav-Varsha Marital Discord: ଅସମ୍ପୂର୍ଣ୍ଣ ରହିଲା ବର୍ଷାଙ୍କ ସାକ୍ଷ୍ୟ ଗ୍ରହଣ ପ୍ରକ୍ରିୟା - ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

ସାଂସଦ ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ପାରିବାରିକ ବିବାଦ । ଗୁରୁବାର ଅସମ୍ପୂର୍ଣ୍ଣ ରହିଲା ବର୍ଷାଙ୍କ ସାକ୍ଷ୍ୟ ଗ୍ରହଣ ପ୍ରକ୍ରିୟା । ଅଧିକ ପଢନ୍ତୁ

Anubhav Varsha Marital Discord
Anubhav Varsha Marital Discord

By

Published : Feb 16, 2023, 10:43 PM IST

କଟକ:ପାରିବାରିକ ଅଦାଲତରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶୀନୀ ଓ ସାଂସଦ ଅନୁଭବ ମହାନ୍ତିଙ୍କ ବିବାହ ବିଚ୍ଛେଦ ମାମଲା । ଆଜି (ଗୁରୁବାର) ଉଭୟ କୋର୍ଟରେ ହାଜର ହୋଇଥିଲେ ଦମ୍ପତି । ଏହି ମାମଲାରେ ଆଜି ଅଭିନେତ୍ରୀ ବର୍ଷାଙ୍କ ସାକ୍ଷ୍ୟ ଗ୍ରହଣ ହୋଇଛି । ତେବେ ଏହି ସାକ୍ଷ୍ୟ ଗ୍ରହଣ ପ୍ରକ୍ରିୟା ଆଜି ଅସମ୍ପୂର୍ଣ୍ଣ ରହିଥିବାରୁ ପରବର୍ତ୍ତୀ ତାରିଖରେ ବର୍ଷାଙ୍କ ପୁନର୍ବାର ସାକ୍ଷ୍ୟ ଗ୍ରହଣ କରାଯିବ। ପୂର୍ବରୁ ଅନୁଭଵଙ୍କ ସାକ୍ଷ୍ୟ ଗ୍ରହଣ ପ୍ରକ୍ରିୟା ଶେଷ ହୋଇଛି।

ଉଭୟଙ୍କ ପାରିବାରିକ ବିବାଦ ମାମଲାର ଶୁଣାଣି ମଧ୍ୟ ହାଇକୋର୍ଟରେ ଜାରି ରହିଛି। ବିଶେଷକରି ସୋସିଆଲ ମିଡିଆରେ ପରସ୍ପର ବିରୋଧରେ ଆକ୍ଷେପ ଘଟଣାରେ, ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପକ୍ଷରୁ ହାଇକୋର୍ଟରେ ମାମଲା ଦାୟର କରାଯାଇଥିଲା । ସୋସିଆଲ ମିଡିଆରେ ବର୍ଷା ପ୍ରିୟଦର୍ଶିନୀଙ୍କ ବିରୋଧରେ ସ୍ବାମୀ ତଥା ସାଂସଦ ଅନୁଭବ ମହାନ୍ତି ବାରମ୍ବାର ଆକ୍ଷେପ କରୁଥିବା ନେଇ ବର୍ଷା ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ମାମଲାର ପ୍ରାରମ୍ଭିକ ଶୁଣାଣିରେ ପରସ୍ପର ବିରୋଧରେ କେହି ସୋସିଆଲ ମିଡିଆରେ ଆକ୍ଷେପ କରିବେ ନାହିଁ ବୋଲି କୋର୍ଟ ପୂର୍ବରୁ ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ।

ମିଡିଆରେ ଅନୁଭବ ମହାନ୍ତି ଭିଡିଓ ଛାଡି ବିଭିନ୍ନ କଥା କହୁଥିବା ବେଳେ ବର୍ଷା ପ୍ରିୟଦର୍ଶିନୀ ଏହି ପ୍ରସଙ୍ଗ ନେଇ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଗତ ୨୦୨୨ ମେ ୨୭ରେ ହାଇକୋର୍ଟ ଏ ସମ୍ପର୍କିତ ମାମଲାର ଶୁଣାଣି କରି ବର୍ଷାଙ୍କ ବ୍ୟକ୍ତିଗତ ପ୍ରସଙ୍ଗକୁ ନେଇ ଅନୁଭବ ମହାନ୍ତି ଆଉ କୌଣସି ମନ୍ତବ୍ୟ ସୋସିଆଲ ମିଡିଆରେ ଦେଇ ପାରିବେ ନାହିଁ ବୋଲି ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ। ଏଥି ସହିତ ପରସ୍ପରକୁ ଆକ୍ଷେପ କରି ଆବେଦନକାରୀ ବର୍ଷା ଓ ପ୍ରତିପକ୍ଷ ଅନୁଭବ କୌଣସି ମନ୍ତବ୍ୟ ସୋସିଆଲ ମିଡିଆରେ ଦେଇ ପାରିବେ ନାହିଁ ବୋଲି ହାଇକୋର୍ଟ କହିଥିଲେ।

ଏହା ବି ପଢନ୍ତୁ- ପ୍ରତାରଣାର ଶିକାର ହୋଇ ଆତ୍ମହତ୍ୟା କରିଛନ୍ତି ଶ୍ବେତା: ଏସିପି ରମେଶ ଚନ୍ଦ୍ର ବିଶୋଇ

ମାମଲାର ବିବରଣୀରୁ ପ୍ରକାଶ ଯେ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାହ ବିଚ୍ଛେଦ ଓ ଅନ୍ୟ କେତେକ ମାମଲା ଅଦାଲତରେ ବିଚାରାଧୀନ ଥିବା ବେଳେ ଏବେ ସୋସିଆଲ ମିଡିଆରେ ନାନା କଥା ଚର୍ଚ୍ଚା କରାଯାଉଛି। ସୋସିଆଲ ମିଡିଆରେ ତାଙ୍କ ବିରୋଧରେ ବିଭିନ୍ନ କଥା ଚର୍ଚ୍ଚା ଦ୍ବାରା ମାନ ମର୍ଯାଦା ହାନି ହେଉଛି ବୋଲି ବର୍ଷା ଦର୍ଶାଇ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ତାଙ୍କର ବ୍ୟକ୍ତିଗତ ଜୀବନ ନେଇ ସୋସିଆଲ ମିଡିଆରେ ବିଭିନ୍ନ କଥା ଅନୁଭବ ଆକ୍ଷେପ କରି କହୁଛନ୍ତି।

ଅନୁଭବ ଭିଡିଓ ମାଧ୍ୟମରେ ନିଜ ମତ ରଖୁଥିବା ବେଳେ ଏ ସବୁ ବର୍ଷାଙ୍କ ଜୀବନ ସହିତ ଜଡିତ। ପରିବାର ଅଦାଲତରେ ମାମଲା ବିଚାରାଧୀନ ଥିବା ବେଳେ ସୋସିଆଲ ମିଡିଆରେ ବିଭିନ୍ନ କଥା ଏହି ପ୍ରସଙ୍ଗରେ ଚର୍ଚ୍ଚା କରିବା ଆଇନ ଅନୁସାରେ ଗ୍ରହଣୀୟ ନୁହେଁ । କୌଣସି ସତ୍ୟତା ନଥିବା ଓ ଭିତ୍ତିହୀନ କଥା ସବୁ ସୋସିଆଲ ମିଡିଆରେ ତାଙ୍କ ବିରୋଧରେ କୁହାଯାଉଛି । ଏପରି ସୋସିଆଲ ମିଡିଆ ପୋଷ୍ଟ ଉପରେ ଅଙ୍କୁଶ ଜାରି କରାଯିବା ଆବଶ୍ୟକ ବୋଲି ବର୍ଷାଙ୍କ ଆବେଦନରେ ଦର୍ଶାଯାଇଥିଲା ।

ଇଟିଭି ଭାରତ, କଟକ

ABOUT THE AUTHOR

...view details