ଓଡିଶା

odisha

ETV Bharat / state

ବ୍ୟାଙ୍କ ଅଫ ଇଣ୍ଡିଆରେ ନିଆଁ

କଟକ ସିଡିଏ-10 ସ୍ଥିତ ବ୍ୟାଙ୍କ ଅଫ ଇଣ୍ଡିଆରେ ଭୟାଭୟ ଅଗ୍ନିକାଣ୍ଡ । ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, କଟକ

By

Published : Apr 6, 2019, 5:22 PM IST

କଟକ: ବ୍ୟାଙ୍କରେ ଭୟାଭୟ ଅଗ୍ନିକାଣ୍ଡ । କଟକ ସିଡିଏ-10 ସ୍ଥିତ ବ୍ୟାଙ୍କ ଅଫ ଇଣ୍ଡିଆରେ ନିଆଁ ଲାଗିଛି । ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇ ଥିବାବେଳେ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ସଫଳ ହୋଇଛନ୍ତି ।

ଏହି ଅଗ୍ନିକାଣ୍ଡରେ ବ୍ୟାଙ୍କର ଅନେକ ଦରକାରୀ କାଗଜପତ୍ର , କମ୍ପ୍ୟୁଟର ଓ ଅନ୍ୟାନ୍ୟ ସାମଗ୍ରୀ ଜଳି ପାଉଁଶ ହୋଇଯାଇଛି । ପାଖାପାଖି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଥିବା ଆକଳନ କରାଯାଉଛି । ଦମକଳବାହିନୀ ସଠିକ ସମୟରେ ପହଞ୍ଚି ଯିବାରୁ ନିଆଁକୁ ଆୟତ୍ତ କରାଯାଇପାରିଛି । ତେବେ ସର୍ଟସର୍କିଟି ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ସ୍ତରରୁ ଜଣାପଡିଛି ।

କଟକରୁ ପ୍ରଭୁକଲ୍ୟାଣ ପାଲ, ଇଟିଭି ଭାରତ

ABOUT THE AUTHOR

...view details