ଓଡିଶା

odisha

By

Published : Jul 6, 2020, 9:30 PM IST

ETV Bharat / state

ଲକଡାଉନ ନିୟମ ଉଲ୍ଲଙ୍ଘନ, ୨୪ ଘଣ୍ଟାରେ ୨୧ଟି ମାମଲା

ତାଲାବନ୍ଦ ନିୟମ ଉଲ୍ଲଙ୍ଘନ ମାମଲାରେ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଥାନାରେ ୨୧ ଟି ମାମଲା ରୁଜୁ ହୋଇଥିବା ପୋଲିସ ମୁଖ୍ୟାଳୟରୁ ସୂଚନା ମିଳିଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ଲକଡାଉନ ନିୟମ ଉଲଙ୍ଘନ ମାମଲା, ୨୪ ଘଣ୍ଟାରେ ୨୧ ଟି ମାମଲା ରୁଜୁ
ଲକଡାଉନ ନିୟମ ଉଲଙ୍ଘନ ମାମଲା, ୨୪ ଘଣ୍ଟାରେ ୨୧ ଟି ମାମଲା ରୁଜୁ

କଟକ: ତାଲାବନ୍ଦ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ସୋମବାର ପର୍ଯ୍ୟନ୍ତ ମୋଟ ୬୭୭୨ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି (ସୋମବାର) ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ରବିବାର ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୨୧ ଟି ମାମଲା ରୁଜୁ କରାଯାଇଛି। ଏହି ୨୧ ଟି ମାମଲା ମଧ୍ୟରୁ ୧୮ ଟି ମାମଲା ତାଲାବନ୍ଦ ନିୟମ ଉଲ୍ଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ବେଳେ ୩ ଟି ମାମଲା ଅନ୍ୟାନ୍ୟ ମାମଲା ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ABOUT THE AUTHOR

...view details