କଟକ: ତାଲାବନ୍ଦ ନିୟମ ଉଲ୍ଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୯୩୫ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ତାଲାବନ୍ଦ ନିୟମ ଉଲ୍ଲଙ୍ଘନ ମାମଲା, ୨୪ ଘଣ୍ଟାରେ ୧୧ ମାମଲା - ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା
ତାଲାବନ୍ଦ ନିୟମ ଉଲ୍ଲଙ୍ଘନ ମାମଲାରେ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଥାନାରେ ୧୧ ଟି ମାମଲା ରୁଜୁ ହୋଇଥିବା ପୋଲିସ ମୁଖ୍ୟାଳୟରୁ ସୂଚନା ମିଳିଛି ।

ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା, ୨୪ ଘଣ୍ଟାରେ ୧୧ ଟି ମାମଲା ରୁଜୁ
ବୁଧବାର ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୧୧ ଟି ମାମଲା ରୁଜୁ କରାଯାଇଛି । ଏହି ୧୧ ଟି ମାମଲା ମଧ୍ୟରୁ ୮ ଟି ମାମଲା ତାଲାବନ୍ଦ ନିୟମ ଉଲ୍ଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ବେଳେ ୩ ଟି ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ