ଓଡିଶା

odisha

ETV Bharat / state

ତାଲାବନ୍ଦ ନିୟମ ଉଲ୍ଲଙ୍ଘନ ମାମଲା, ୨୪ ଘଣ୍ଟାରେ ୧୧ ମାମଲା

ରାଜ୍ୟରେ ତାଲାବନ୍ଦ ନିୟମ ଉଲ୍ଲ ଙ୍ଘନ ମାମଲା । ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଥାନାରେ ୧୧ ଟି ମାମଲା ରୁଜୁ ହୋଇଥିବା ପୋଲିସ ମୁଖ୍ୟାଳୟରୁ ସୂଚନା ମିଳିଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା
ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା

By

Published : Aug 5, 2020, 9:56 PM IST

କଟକ: ତାଲାବନ୍ଦ ନିୟମକୁ ଉଲ୍ଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୭୩୧୧ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମଙ୍ଗଳବାର ସକାଳୁ ବୁଧବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୧୧ ଟି ମାମଲା ରୁଜୁ କରାଯାଇଛି । ଏହି ୧୧ ଟି ମାମଲା ମଧ୍ୟରୁ ୯ଟି ମାମଲା ତାଲାବନ୍ଦ ନିୟମ ଉଲ୍ଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିଲା ବେଳେ ଗୋଟିଏ ମାମଲା ହୋମକ୍ୱାରଣ୍ଟାଇନ ଉଲ୍ଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଛି । ସେହିପରି ଗୋଟିଏ ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ABOUT THE AUTHOR

...view details