ଓଡିଶା

odisha

ତାଲାବନ୍ଦ ନିୟମ ଉଲ୍ଲଙ୍ଘନ, 24 ଘଣ୍ଟାରେ 13 ମମାଲା ରୁଜୁ

By

Published : Jul 2, 2020, 7:24 PM IST

ତାଲାବନ୍ଦ ନିୟମ ଉଲ୍ଲଙ୍ଘନ ମାମଲାରେ 24 ଘଣ୍ଟାରେ ରାଜ୍ୟର ବିଭିନ୍ନ ଥାନାରେ 13 ଟି ମମାଲା ରୁଜୁ ହୋଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା, 24 ଘଣ୍ଟାରେ 13 ଟି ମମାଲା ରୁଜୁ
ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା, 24 ଘଣ୍ଟାରେ 13 ଟି ମମାଲା ରୁଜୁ

କଟକ: ତାଲାବନ୍ଦ ନିୟମକୁ ଉଲ୍ଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୭୦୬ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ବୁଧବାର ସକାଳୁ ଗୁରୁବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୧୩ ଟି ମାମଲା ରୁଜୁ କରାଯାଇଛି । ଏହି ୧୩ ଟି ମାମଲା ମଧ୍ୟରୁ ୯ ଟି ମାମଲା ତାଲାବନ୍ଦ ନିୟମ ଉଲ୍ଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ବେଳେ ୩ ଟି ମାମଲା ହୋମକ୍ବାରେଣ୍ଟାଇନ ଉଲ୍ଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଛି । ତେବେ ଗୋଟିଏ ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ABOUT THE AUTHOR

...view details