କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୭୧୨୭ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ଲକଡାଉନ ଉଲଙ୍ଘନ: ୨୪ ଘଣ୍ଟାରେ ୩୩ ମାମଲା ରୁଜୁ - ୨୪ ଘଣ୍ଟାରେ ୩୩ ଟି ମାମଲା ରୁଜୁ
ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୭୧୨୭ ଟି ମାମଲା ରୁଜୁ କରାଯାଇଛି । ୪ ଘଣ୍ଟାରେ ୩୩ ଟି ମାମଲା ରୁଜୁ ହୋଇଥିବା ପୋଲିସ ମୁଖ୍ୟାଳୟରୁ ସୂଚନା ମିଳିଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ରାଜ୍ୟରେ ଲକଡାଉନ ଉଲଙ୍ଘନ ମାମଲା
ଗୁରୁବାର ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୩୩ ଟି ମାମଲା ରୁଜୁ କରାଯାଇଛି । ଏହି ୩୩ ଟି ମାମଲା ମଧ୍ୟରୁ ୩୧ ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ବେଳେ ଗୋଟିଏ ମାମଲା ହୋମକ୍ୱାରେଣ୍ଟାଇନ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଛି । ସେହିପରି ଗୋଟିଏ ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ