କଟକ: ରାଜ୍ୟରେ କୋଭିଡ୍-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ଆଜି ପର୍ଯ୍ୟନ୍ତ ମୋଟ ୬୭୯୭ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା, ୨୪ ଘଣ୍ଟାରେ ୧୬ ଟି ମାମଲା ରୁଜୁ - ୨୪ ଘଣ୍ଟାରେ ୧୬ ଟି ମାମଲା ରୁଜୁ
ତାଲାବନ୍ଦ ନିୟମ ଉଲଙ୍ଘନ ମାମଲାରେ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଥାନାରେ ୧୬ ଟି ମାମଲା ରୁଜୁ ହୋଇଥିବା ପୋଲିସ ମୁଖ୍ୟାଳୟରୁ ସୂଚନା ମିଳିଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...
ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା
ମଙ୍ଗଳବାର ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୧୬ ଟି ମାମଲା ରୁଜୁ କରାଯାଇଛି । ଏହି ୧୬ ଟି ମାମଲା ମଧ୍ୟରୁ ୧୪ ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ବେଳେ ୨ ଟି ମାମଲା ହୋମକ୍ୱାରେଣ୍ଟାଇନ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ