କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୫୯୦ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା, ୨୪ ଘଣ୍ଟାରେ ୭ଟି ମାମଲା ରୁଜୁ - ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା
ତାଲାବନ୍ଦ ନିୟମ ଉଲଙ୍ଘନ ମାମଲାରେ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଥାନାରେ ୭ ଟି ମାମଲା ରୁଜୁ ହୋଇଥିବା ପୋଲିସ ମୁଖ୍ୟାଳୟରୁ ସୂଚନା ମିଳିଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା, ୨୪ ଘଣ୍ଟାରେ ୭ ଟି ମାମଲା ରୁଜୁ
ଗତକାଲି ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୭ ଟି ମାମଲା ରୁଜୁ କରାଯାଇଛି । ଏହି ୭ ଟି ମାମଲା ମଧ୍ୟରୁ ସମସ୍ତ ୭ ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ