ଓଡିଶା

odisha

ETV Bharat / state

ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା, ୨୪ ଘଣ୍ଟାରେ ୯ ମାମଲା ରୁଜୁ - ତାଲାବନ୍ଦ ନିୟମ ଉଲଙ୍ଘନ ମାମଲାରେ ୯ ଟି ମାମଲା ରୁଜୁ

ତାଲାବନ୍ଦ ନିୟମ ଉଲଙ୍ଘନ ମାମଲାରେ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଥାନାରେ ୯ ଟି ମାମଲା ରୁଜୁ ହୋଇଥିବା ପୋଲିସ ମୁଖ୍ୟାଳୟରୁ ସୂଚନା ମିଳିଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା, ୨୪ ଘଣ୍ଟାରେ ୯ ଟି ମାମଲା ରୁଜୁ
ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା, ୨୪ ଘଣ୍ଟାରେ ୯ ଟି ମାମଲା ରୁଜୁ

By

Published : Jun 21, 2020, 9:21 PM IST

କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୬୧୭ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଶନିବାର ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୯ ଟି ମାମଲା ରୁଜୁ କରାଯାଇଛି । ଏହି ୯ ଟି ମାମଲା ମଧ୍ୟରୁ ସମସ୍ତ ୯ ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ABOUT THE AUTHOR

...view details