କଟକ: ରାଜ୍ୟରେ କୋରୋନା ସଂକ୍ରମଣ ଦିନକୁ ଦିନ ବଢୁଥିବାରୁ ଜାରି ରହିଛି ଲକଡାଉନ କଟକଣା । ମାତ୍ର କିଛି ଅମାନିଆ ତାଲାବନ୍ଦ ନିୟମ ଉଲ୍ଲଙ୍ଘନକରିବା ଅଭିଯୋଗରେ ମାମଲା ରୁଜୁ ହୋଇଛି । ଗତକାଲି (ମଙ୍ଗଳବାର) ସକାଳୁ ଆଜି (ବୁଧବାର) ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୭ ଟି ମାମଲା ରୁଜୁ କରାଯାଇଛି।
ଏହି ୭ ଟି ମାମଲା ମଧ୍ୟରୁ ୬ ଟି ମାମଲା ତାଲାବନ୍ଦ ନିୟମ ଉଲ୍ଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ବେଳେ ଗୋଟିଏ ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।