କଟକ:ନଭେମ୍ବର ୨୩ରୁ ମାଟ୍ରିକ ସମ୍ମେଟିଭ ୧ ପରୀକ୍ଷା । ଆସନ୍ତା ନଭେମ୍ବର ୨୩ରୁ ନଭେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ହେବ ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷା । ଚଳିତ ବର୍ଷ ୫ ଲକ୍ଷ ୩୨ ହଜାର ୭୧୨ ଜଣ ପରୀକ୍ଷାର୍ଥୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ପାଇଁ ଫର୍ମ ଫିଲ-ଅପ କରିଥିବା ବେଳେ ୩୦୨୯ଟି କେନ୍ଦ୍ରରେ ହେବ ପରୀକ୍ଷା । ଏ ନେଇ ବୋର୍ଡ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି ।
ମାଓ ଅଧ୍ୟୁଷିତ ଅଞ୍ଚଳରେ ୨୨ଟି ଥାନାରେ ପରୀକ୍ଷା କେନ୍ଦ୍ରରେ କରାଯାଇଛି । କନ୍ଧମାଳରେ ୭ଟି, କୋରାପୁଟରେ ୫ଟି ଓ ମାଲକାନଗିରିରେ ୧୦ଟି କେନ୍ଦ୍ର କରାଯାଇଛି । ତେବେ ସ୍କୁଲର ୧୦ କିମି ଭିତରେ ସବୁ ସେଣ୍ଟର କରାଯାଇଛି ବୋଲି କୁହାଯାଇଛି । ସେହିଭଳି ୨୯୧୪ ଜଣ ପରୀକ୍ଷାର୍ଥୀଙ୍କ ପାଇଁ ୧୦୮ଟି କେନ୍ଦ୍ର କରାଯାଇଛି । ଷ୍ଟେଟ ଓପନ ସ୍କୁଲ (SOS)ରେ ୭୧୮୧ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ । ୧୪୬ଟି ସେଣ୍ଟରରେ ପରୀକ୍ଷା ଦେବେ ୭୧୮୧ ଜଣ ପରୀକ୍ଷାର୍ଥୀ । ତେବେ ହାଇସ୍କୁଲ ପରୀକ୍ଷା ପାଇଁ ପରୀକ୍ଷାର୍ଥୀ ମାନେ ସେମାନଙ୍କର ଆଡ଼ମିଟ କାର୍ଡ ଆଜିଠାରୁ ବୋର୍ଡ଼ ୱେବସାଇଟରୁ ଡାଉନଲୋଡ଼ କରିପାରିବେ ।