ଓଡିଶା

odisha

ETV Bharat / state

ବିଧାୟକ ମହମ୍ମଦ ମୋକିମଙ୍କୁ 10ହଜାର ଜରିମାନ ଲଗାଇଲେ ହାଇକୋର୍ଟ - ବିଧାୟକ ମହମ୍ମଦ ମୋକିମଙ୍କୁ 10 ଜରିମାନା

ହାଇକୋର୍ଟରେ ବାରବାଟୀ କଟକ ବିଧାନସଭା ନିର୍ବାଚନ ମାମଲାର ଶୁଣାଣି କରି ବିଧାୟକ ମହମ୍ମଦ ମୋକିମଙ୍କ ପିଟିସନ ଖାରଜ କରିଥିଲେ ଅଦାଲତ। ଏହାସହ ବିଧାୟକ ମହମ୍ମଦ ମୋକିମଙ୍କୁ ୫ ହଜାର ଟଙ୍କାର ତଣ୍ଡ ପାଇଁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ। ନିର୍ବାଚନରେ ଅନିୟମିତତା ଦର୍ଶାଇ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ପରାଜିତ ପ୍ରାର୍ଥୀ ବିଜେଡି ନେତା ଦେବାଶିଷ ସାମନ୍ତରାୟ। ଅଧିକ ପଢନ୍ତୁ

Etv Bharat
Etv Bharat

By

Published : Aug 4, 2023, 8:16 PM IST

କଟକ: ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କୁ ଜରିମାନା। 10 ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ହାଇକୋର୍ଟ। ହାଇକୋର୍ଟ ବାର ୱେଲ ଫେୟାର ଫଣ୍ଡରେ ଏହି ଜରିମାନା ରାଶି ଦାଖଲ କରିବା କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ନିର୍ବାଚନୀ ମାମଲାରେ ସାକ୍ଷ୍ୟ ପ୍ରଦାନରେ ସମୟ ଗଡାଇବା ଅଭିଯୋଗରେ ହାଇକୋର୍ଟ ଜରିମାନା କରିଛନ୍ତି। କେବଳ ସେତିକି ନୁହେଁ, ଆସନ୍ତା 11 ତାରିଖରେ କୋର୍ଟରେ ହାଜର ହେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ବାରବାଟୀ କଟକ ନିର୍ବାଚନ ଅନିୟମିତତା ମାମଲାରେ ପକ୍ଷ ଅଛନ୍ତି ମୋକିମ।

ହାଇକୋର୍ଟରେ ବାରବାଟୀ କଟକ ବିଧାନସଭା ନିର୍ବାଚନ ମାମଲାର ଶୁଣାଣି କରି ବିଧାୟକ ମହମ୍ମଦ ମୋକିମଙ୍କ ପିଟିସନ ଖାରଜ କରିଥିଲେ ଅଦାଲତ। ଏହାସହ ବିଧାୟକ ମହମ୍ମଦ ମୋକିମଙ୍କୁ ୫ ହଜାର ଟଙ୍କାର ତଣ୍ଡ ପାଇଁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ। ନିର୍ବାଚନରେ ଅନିୟମିତତା ଦର୍ଶାଇ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ପରାଜିତ ପ୍ରାର୍ଥୀ ବିଜେଡି ନେତା ଦେବାଶିଷ ସାମନ୍ତରାୟ। ଏହି ମାମଲାରେ ବିଧାୟକ ମହମ୍ମଦ ମୋକିମ ମିଥ୍ୟା ସତ୍ୟପାଠ ଦାଖଲ କରିଛନ୍ତି ଓ ସଠିକ ନୋମିନେସନ ଫର୍ମରେ ପ୍ରାର୍ଥୀ ପତ୍ର ଦାଖଲ ହୋଇ ନଥିବା ଅଭିଯୋଗ ହୋଇଥିଲା। ଏହା ସହ ମହମ୍ମଦ ମୋକିମ ତାଙ୍କର ଅପରାଧିକ ମାମଲାର ତଥ୍ୟ ଦାଖଲ କରି ନ ଥିବା, ମାମଲାରେ ଦର୍ଶା ଯାଇଥିଲା।

ଏହାବି ପଢନ୍ତୁ- HUDCO loan Scam: ମୋକିମଙ୍କ ପକ୍ଷରୁ ଦାଏର କ୍ରିମିନାଲ ଅପିଲ ମାମଲାର ଷ୍ଟାଟସ କଣ: ହାଇକୋର୍ଟ

ଦେବାଶିଷ ସାମନ୍ତରାୟଙ୍କ ନିର୍ବାଚନ ମାମଲାକୁ ବିନା ଶୁଣାଣିରେ ଖାରଜ କରିବାକୁ ହାଇକୋର୍ଟରେ ଏକ ପିଟିସନ ଦାୟର କରିଥିଲେ ବିଧାୟକ ମହମ୍ମଦ ମୋକିମ। ମହମ୍ମଦ ମୋକିମଙ୍କ ଏହି ପିଟିସନକୁ ଖାରଜ କରିଥିଲେ ହାଇକୋର୍ଟ। ଦେବାଶିଷ ସାମନ୍ତରାୟଙ୍କ ଦ୍ଵାରା ଆଗତ ନିର୍ବାଚନ ମାମଲାର ଶୁଣାଣି ଚାଲିବ ବୋଲି କୋର୍ଟ ରାୟରେ ସ୍ପଷ୍ଟ କରିଥିଲେ। ବିଧାୟକ ମହମ୍ମଦ ମୋକିମ ୫ ହଜାର ଟଙ୍କାର ଅର୍ଥରାଶି ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟଙ୍କୁ ଦେବେ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।

ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଏପ୍ରିଲ ୧୨ ରେ ନିର୍ବାଚନ ମୋକଦ୍ଦମାର ଆବେଦନକାରୀ ତଥା ପରାଜିତ ପ୍ରାର୍ଥୀ ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟଙ୍କ ଓ ଏପ୍ରିଲ ୨୬ରେ ଦ୍ବିତୀୟ ସାକ୍ଷୀ ଦୀପଙ୍କର ଆଚାର୍ଯ୍ୟଙ୍କ ସାକ୍ଷ୍ୟ ଗ୍ରହଣ ଶେଷ ହୋଇଥିଲା। ଦେବାଶିଷ ସାମନ୍ତରାୟଙ୍କ ଅନ୍ତରୀଣ ଆବେଦନର ହାଇକୋର୍ଟ ଶୁଣାଣି କରି ତତ୍କାଳୀନ ରିଟର୍ଣ୍ଣିଂ ଅଫିସରଙ୍କ ସାକ୍ଷ୍ୟ ଗ୍ରହଣ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏପ୍ରିଲ ୧୮ ରେ ତତ୍କାଳୀନ ରିଟର୍ଣ୍ଣିଂ ଅଫିସର ତଥା ବର୍ତ୍ତମାନ ଜଳ ସଂପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ କାର୍ଯ୍ୟରତ ପ୍ରଧାନଙ୍କୁ ସାକ୍ଷ୍ୟ ପ୍ରଦାନ ପାଇଁ ହାଇକୋର୍ଟ ସମନ ଜାରି କରିଥିଲେ।

ମାମଲାର ବିବରଣୀରୁ ପ୍ରକାଶ ଯେ ବାରବାଟୀ-କଟକ ବିଧାୟକ ଭାବେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଚାଲେଞ୍ଜ କରି ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଏହି ମାମଲା ରୁଜୁ କରିଛନ୍ତି। ଆବେଦନକାରୀ ସାମନ୍ତରାୟଙ୍କ ତରଫରୁ ବରିଷ୍ଠ ଆଇନଜୀବୀ ମିଲନ କାନୁନଗୋ, ଆଇନଜୀବୀ ଗୋପଳ ଅଗ୍ରୱାଲ, ସିଦ୍ଧାର୍ଥ ଦାସ ଏବଂ ମୋକିମଙ୍କ ତରଫରୁ ବରିଷ୍ଠ ଆଇନଜୀବୀ ବିଦ୍ୟାଧର ମିଶ୍ର ଓ ଆଇନଜୀବୀ ତରଣୀକାନ୍ତ ବିଶ୍ବାଳ ମାମଲା ପରିଚାଳନା କରୁଛନ୍ତି।

ଇଟିଭି ଭାରତ, କଟକ

ABOUT THE AUTHOR

...view details