କଟକ: ବିଶିଷ୍ଟ ସମାଜସେବୀ ତଥା ଚା' ବ୍ୟବସାୟୀ ପଦ୍ମଶ୍ରୀ ଡି ପ୍ରକାଶ ରାଓଙ୍କୁ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ତେବେ ତାଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ସହ ଫୋନ ଯୋଗେ କଥା ହେବା ସହିତ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପଦ୍ମଶ୍ରୀ ରାଓଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ତାଙ୍କ ପରିବାର ବର୍ଗଙ୍କ ସହ ଆଲୋଚନା କରିଥିବା ଟ୍ବିଟ୍ ଯୋଗେ ସୂଚନା ଦେଇଛନ୍ତି । ଏହାସହିତ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ପ୍ରଶାସନ ପକ୍ଷରୁ ତାଙ୍କ ଚିକିତ୍ସା ପାଇଁ ଏସିବି ମେଡିକାଲରେ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି । କିଛି ମାସ ପୂର୍ବରୁ ରାଓ ଅସୁସ୍ଥ ହୋଇ ଏସିବିରେ ଚିକିତ୍ସିତ ହୋଇ ଘରକୁ ଫେରିଥିଲେ । ତେବେ ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ବେଳେ ରେଡକ୍ରସ ତରଫରୁ ତାଙ୍କ ଚିକିତ୍ସା ପାଇଁ 10 ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି ।