କଟକ: ପଦ୍ମଶ୍ରୀ ଡି ପ୍ରକାଶ ରାଓଙ୍କୁ ଆଜି (ବୁଧବାର) ମେଡ଼ିକାଲରେ ଭେଟିଛନ୍ତି କେନ୍ଦ୍ରାଞ୍ଚଳ ଆରଡିସି ଅନିଲ ସାମଲ ଓ କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟିନି । ସେଠାରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଜିଲ୍ଲା ପ୍ରଶାସନର ରେଡକ୍ରସ ପାଣ୍ଠିରୁ 25 ହଜାର ଟଙ୍କାର ଏକ ଚେକ ପ୍ରଦାନ କରିଛନ୍ତି ।
ତେବେ ଏହି ଅବସରରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ,ଏସସିବି ଅଧିକ୍ଷକ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ତେବେ ପୂର୍ବାପେକ୍ଷା ରାଓଙ୍କର ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡ଼ିଛି ।