ଓଡିଶା

odisha

ବଢିଲା ତିର୍ତ୍ତୋଲ ବିଧାୟକଙ୍କ ଅଡୁଆ, ସବରେଜିଷ୍ଟ୍ରାର ଅଫିସରେ ଅଭିଯୋଗ କଲେ ସୋମାଲିକା

By ETV Bharat Odisha Team

Published : Oct 7, 2023, 5:38 PM IST

ତିର୍ତ୍ତୋଲ ବିଧାୟକଙ୍କ ବିବାହ ଆବେଦନ ଉପରେ ଅବଜେକ୍ସନ ଫାଇଲ କଲେ ସୋମାଲିକା । ବିଜୟଙ୍କ ବିବାହ ସମ୍ପୂର୍ଣ୍ଣ ବେଆଇନ ବୋଲି ଅଭିଯୋଗ କଲେ ସୋମାଲିକା । ଅଧିକ ପଢନ୍ତୁ

ଅବଜେକ୍ସନ ଫାଇଲ କଲେ ସୋମାଲିକା
ଅବଜେକ୍ସନ ଫାଇଲ କଲେ ସୋମାଲିକା

ତିର୍ତ୍ତୋଲ ବିଧାୟକଙ୍କ ବିବାହ ଆବେଦନ ଉପରେ ଅବଜେକ୍ସନ ଫାଇଲ କଲେ ସୋମାଲିକା

କଟକ: ବଢୁଛି ତିତ୍ତୋଲ ବିଧାୟକଙ୍କ ଅଡୁଆ । ପ୍ରେମ ବିବାଦରୁ ସମ୍ପୂର୍ଣ୍ଣ ମୁକୁଳି ପାରିନଥିବା ବେଳେ ଅନ୍ୟତ୍ର ବିବାହ କରିବାକୁ ବିଧାୟକ କଟକ ସବ-ରେଜିଷ୍ଟ୍ରାରଙ୍କ ନିକଟରେ ଆବେଦନ କରିଛନ୍ତି । ଏହି ଆବେଦନକୁ ନେଇ ଅବଜେକ୍ସନ ଫାଇଲ କରିଛନ୍ତି ସୋମାଲିକା ଦାସ । ବିଜୟଙ୍କ ବିବାହ ସମ୍ପୂର୍ଣ୍ଣ ବେଆଇନ ବୋଲି ଅଭିଯୋଗ କରିଛନ୍ତି ସୋମାଲିକା ।

ସୋମାଲିକା କହିଛନ୍ତି, ‘‘ଗତ ୮ ମାସ ତଳେ ବିଜୟଙ୍କ ସହ ବିବାହ ପାଇଁ ସବରେଜିଷ୍ଟ୍ରାର ଅଫିସରେ ଆବେଦନ କରିଥିଲୁ । ମାତ୍ର ପରବର୍ତ୍ତୀ ସମୟରେ ବିଜୟ ଏଥିରେ ସହଯୋଗ ନକରି ମତେ ପ୍ରତାରଣା ଦେଇଛନ୍ତି । ବିଜୟ ଏବେ ଯେଉଁ ଯୁବତୀଙ୍କୁ ବିବାହ କରିବା ପାଇଁ କଟକ ସବରେଜିଷ୍ଟ୍ରାରରେ ଆବେଦନ କରିଛନ୍ତି, ସେଥିରେ ମୋର ଅବଜେକ୍ସନ ରହିଛି । ଜଣେ ସ୍ୱେଚ୍ଛାସେବୀଙ୍କ ସହ କଟକ ସବରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟରେ ପହଞ୍ଚି ଲିଖିତ ଆକାରରେ ଅବଜେକ୍ସନ ଫାଇଲ କରିଛି ।’’

ସୂଚନା ଅନୁଯାୟୀ, ତିର୍ତ୍ତୋଲ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବିଷ୍ଣୁ ଦାସଙ୍କ ପୁଅ ବିଜୟ ଶଙ୍କର ଦାସ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ ପାଇଁ କଟକ ସଵ ରେଜିଷ୍ଟ୍ରାରଙ୍କ ନିକଟରେ ଆବେଦନ କରିଛନ୍ତି । ଗତ ମାସ ୨୧ ତାରିଖରେ ବିବାହ ପାଇଁ କଟକ ସବରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟ ରେ ଆବେଦନ କରିଛନ୍ତି ବିଜୟ । ଯେଉଁ ଯୁବତୀଙ୍କ ସହ ତାଙ୍କ ନୂଆ ପ୍ରେମ ଗଢି ଉଠିଥିବା ନେଇ ଚର୍ଚ୍ଚା ହେଉଥିଲା ସେହି ଯୁବତୀଙ୍କ ସହିତ ବିବାହ ପାଇଁ ଆବେଦନ କରିଥିବା ଚର୍ଚ୍ଚା ହେଉଛି । ତେବେ ଏନେଇ କଟକ ସଵ ରେଜିଷ୍ଟ୍ରାରଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଆବେଦନର ଏକ ମାସ ପରେ ଉଭୟ ସବରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟରେ ହାଜର ହେବେ। ଏହି ସମୟରେ ୩ ଜଣ ସାକ୍ଷୀ ମଧ୍ୟ ଉପସ୍ଥିତ ରହିବେ। ତେବେ ୯୦ ଦିନ ମଧ୍ୟରେ ବିବାହ ପ୍ରକ୍ରିୟା ଶେଷ ହେବ ବୋଲି କଟକ ଜିଲ୍ଲା ସବରେଜିଷ୍ଟ୍ରାର ଗୋପବନ୍ଧୁ ପରିଡା ସୂଚନା ଦେଇଛନ୍ତି ।

ଏହା ମଧ୍ୟ ପଢନ୍ତୁ..ଥମିନି ପ୍ରେମ ବିବାଦ: ଆଉ ଜଣଙ୍କୁ ବିବାହ ପାଇଁ ସବରେଜିଷ୍ଟ୍ରାର ଅଫିସରେ ଆବେଦନ କଲେ ତିର୍ତ୍ତୋଲ ବିଧାୟକ

ପୂର୍ବତନ ବାନ୍ଧବୀ ସୋମାଲିକା ଦାସ ଏହି ଯୁବତୀଙ୍କ ସହ ବିଜୟ ଶଙ୍କରଙ୍କ ସମ୍ପର୍କ ନେଇ ଅନେକ ଥର ଗଣମାଧ୍ୟମରେ ମୁହଁ ଖୋଲିଛନ୍ତି । ସେମାନଙ୍କ ସମ୍ପର୍କକୁ ନେଇ ରାଜନୈତିକ ଚର୍ଚ୍ଚା ମଧ୍ୟ ଜୋର ଧରିଥିଲା। ଥାନା ଠାରୁ ଆରମ୍ଭ କରି କୋର୍ଟ ପର୍ଯ୍ୟନ୍ତ ମାମଲା ପହଁଚିଥିଲା। ସୋମାଲିକାଙ୍କ ଅଭିଯୋଗ ବିଜୟ ଶଙ୍କରଙ୍କ ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି କରି ରଖିଛି । ପୂର୍ବତନ ବାନ୍ଧବୀ ସୋମାଲିକା କୋର୍ଟରେ ବିଧାୟକ ବିଜୟ ଶଙ୍କରଙ୍କ ନାଁରେ କରିଥିବା ଅଭିଯୋଗରୁ ବିଜୟ ଶଙ୍କର କ୍ଲିନଚିଟ୍ ପାଇ ନାହାନ୍ତି । ଏଭଳି ସ୍ଥିତିରେ ବିଜୟ ଶଙ୍କର ଅନ୍ୟ ଜଣେ ଯୁବତୀଙ୍କ ସହିତ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଆବେଦନ କରିଛନ୍ତି ।

ଇଟିଭି ଭାରତ, କଟକ

ABOUT THE AUTHOR

...view details