କଟକ: ସିଲଭର ସିଟିରେ ଥମୁନି ମା' ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା ବିବାଦ । ହାଇକୋର୍ଟରେ ମାମଲାର ଶୁଣାଣି ହୋଇଛି । ହାଇକୋର୍ଟଙ୍କ ନିର୍ଦ୍ଦେଶନାମା ଅନୁଯାୟୀ ପୋଲିସ କମିଶନର ସାନି ସତ୍ୟପାଠ ଦାଖଲ କରିଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ ଜବାବ ଦାଖଲ କରାଯାଇଛି । ଆବେଦନକାରୀଙ୍କୁ ପ୍ରତି ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଆସନ୍ତା ୧୨ ତାରିଖ ସୁଦ୍ଧା ପ୍ରତି ଜବାଵ ଦାଖଲ କରିବାକୁ ଥିବାବେଳେ ୧୩ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।
ହାଇକୋର୍ଟରେ ମୂର୍ତ୍ତି ଉଚ୍ଚତା ପ୍ରସଙ୍ଗ; 13ରେ ଶୁଣାଣି, ଜବାବ ରଖିବେ ଆବେଦନକାରୀ - କଟକ ଖବର
ସିଲଭର ସିଟିରେ ଥମୁନି ମା' ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା ବିବାଦ । ହାଇକୋର୍ଟରେ ମାମଲାର ଶୁଣାଣି ହୋଇଥିବା ବେଳେ ହାଇକୋର୍ଟଙ୍କ ନିର୍ଦ୍ଦେଶନାମା ଅନୁଯାୟୀ ପୋଲିସ କମିଶନର ସାନି ସତ୍ୟପାଠ ଦାଖଲ କରିବା ସହ ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ ଜବାବ ଦାଖଲ କରାଯାଇଛି । ଆସନ୍ତା ୧୨ ତାରିଖ ସୁଦ୍ଧା ଆବେଦନକାରୀଙ୍କୁ ପ୍ରତି ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଅଧିକ ପଢନ୍ତୁ...

ତେବେ ପୋଲିସ କମିଶନରଙ୍କ ନିର୍ଦ୍ଦେଶନାମାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା । ଯାହାର ଶୁଣାଣି ମୁଖ୍ୟ ବିଚାରପତିଙ୍କ ଖଣ୍ଡପୀଠରେ ହୋଇଛି । ସମସ୍ତ ପୂଜା ମଣ୍ଡପ ୪ ଫୁଟ ମଧ୍ୟରେ ମୂର୍ତ୍ତି କରିବାକୁ ପୋଲିସ କମିଶନର ଗତ ୧୭ ତାରିଖରେ ନିର୍ଦ୍ଦେଶ ଦେଇଥିଲେ । ଗତ ୩୦ ତାରିଖରେ ହାଇକୋର୍ଟରେ ଏସଂକ୍ରାନ୍ତରେ ଶୁଣାଣି ହୋଇଥିବାବେଳେ ପୋଲିସ କମିଶନରଙ୍କ ପକ୍ଷରୁ ଏକ ସତ୍ୟପାଠ ଦାଖଲ ହୋଇଥିଲା । ବାଲୁବଜାର ପୂଜା କମିଟି ସମେତ ଅନ୍ୟ 3ଟି ପୂଜା କମିଟି ପୋଲିସ କମିଶନରଙ୍କ ୪ ଫୁଟ ଉଚ୍ଚ ମୂର୍ତ୍ତି ନିର୍ମାଣ ନିର୍ଦ୍ଦେଶନାମାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଏହି 4ଟି ମାମଲାର ଶୁଣାଣି ଏକତ୍ର ହୋଇଥିଲା ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ