ଓଡିଶା

odisha

By

Published : Jan 27, 2021, 8:56 AM IST

ETV Bharat / state

ପୁରୀ ହାଜତ ମୃତ୍ୟୁ ମାମଲା, ହାଇକୋର୍ଟରେ ଆଜି ଶୁଣାଣି

ପୁରୀ ହାଜତ ମୃତ୍ୟୁ ମାମଲାର ହାଇକୋର୍ଟରେ ଆଜି(ବୁଧବାର) ହେବ ଶୁଣାଣି । ପୁରୀ ଏସପିଙ୍କ ପକ୍ଷରୁ ହାଇକୋର୍ଟରେ ପୋଷ୍ଟମର୍ଟମ ରିପୋର୍ଟ ଦାଖଲ କରାଯାଇଥିବା ବେଳେ ଆଜି ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଧାର୍ଯ୍ୟ ହୋଇଛି। ଅଧିକ ପଢନ୍ତୁ...

ପୁରୀ ହାଜତ ମୃତ୍ୟୁ ମାମଲା, ହାଇକୋର୍ଟରେ ଆଜି ହେବ ଶୁଣାଣି
ପୁରୀ ହାଜତ ମୃତ୍ୟୁ ମାମଲା, ହାଇକୋର୍ଟରେ ଆଜି ହେବ ଶୁଣାଣି

କଟକ: ପୁରୀ ହାଜତ ମୃତ୍ୟୁ ମାମଲାର ହାଇକୋର୍ଟରେ ଆଜି(ବୁଧବାର) ହେବ ଶୁଣାଣି । ଗତ ୧୧ ତାରିଖରେ ଏହି ମାମଲାର ଶୁଣାଣି ହୋଇଥିବା ବେଳେ ପୁରୀ ଏସପି କନୌର ଭିଶାଲ ସିଂଙ୍କ ପକ୍ଷରୁ ଏକ ସତ୍ୟପାଠ ଦାଖଲ କରଯାଇଥିଲା। ଏହା ହାଜତ ମୃତ୍ୟୁ ନୁହେଁ ବୋଲି ଏହି ସତ୍ୟପାଠରେ ଦର୍ଶାଇଥିଲେ ପୁରୀ ଏସପି। ଏହା ସହ ଆବେଦନ ହୋଇଥିବା ଏହି ଜନସ୍ବାର୍ଥ ମାମଲା ଗ୍ରହଣୀୟ ନୁହେଁ ବୋଲି ମଧ୍ୟ ଦର୍ଶାଇଥିଲେ। ପୁରୀ ଏସପିଙ୍କ ପକ୍ଷରୁ ହାଇକୋର୍ଟରେ ପୋଷ୍ଟମର୍ଟମ ରିପୋର୍ଟ ଦାଖଲ କରାଯାଇଥିବା ବେଳେ ଆଜି ପାଇଁ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଧାର୍ଯ୍ୟ ହୋଇଛି।

ପୂର୍ବରୁ ପୁରୀ ଏସପି ହାଇକୋର୍ଟଙ୍କୁ ଅବଗତ କରାଇଥିଲେ ଯେ, ଉଭୟ ରାଜ୍ୟ ମାନବାଧିକାର କମିଶନ ଓ ଜାତୀୟ ମାନବାଧିକାର କମିଶନଙ୍କ ଦୃଷ୍ଟିକୁ ଏହି ଘଟଣା ଆସିଛି। ଏନଏଚଆରସିରେ ଏ ନେଇ ମାମଲା ରୁଜୁ ହୋଇଥିବା ବେଳେ ଘଟଣାସ୍ଥଳ ପରିଦର୍ଶନ କରି ଏ ସମ୍ପର୍କରେ ୪ ସପ୍ତାହ ମଧ୍ୟରେ ରିପୋର୍ଟ ଦେବାକୁ ଏନଏଚଆରସି ନିଯୁକ୍ତ ଇଷ୍ଟଯୋନ ସ୍ବତନ୍ତ୍ର ଅଧିକାରୀ ଅବସରପ୍ରାପ୍ତ ଆଇଏଏସ ଅଫିସର ବିନୋଦ ଅଗ୍ରୱାଲଙ୍କୁ ନିର୍ଦ୍ଦେଶ ହୋଇଥିଲା। ପୁରୀ ଏସପି ଏ ନେଇ ଜିଲ୍ଲା ଦୌରାଜଜଙ୍କୁ ଜଣାଇଥିବା ବେଳେ ଜିଲା ଜଜଙ୍କ ନିର୍ଦ୍ଦେଶରେ ପୁରୀ ଜେଏମଏଫସି ଘଟଣାର ତଦନ୍ତ କରୁଛନ୍ତି।

ରାଜ୍ୟ ସରକାରଙ୍କ ପକ୍ଷରୁ ମୃତକଙ୍କ ବାପାଙ୍କୁ ୫ ଲକ୍ଷ ଟଙ୍କା ମଧ୍ୟବର୍ତ୍ତୀ କାଳୀନ କ୍ଷତିପୂରଣ ପ୍ରଦାନ କରାଯାଇଥିବା କଥା ମଧ୍ୟ ପୂର୍ବରୁ ହାଇକୋର୍ଟଙ୍କୁ ଅବଗତ କରାଯାଇଛି। ସୂଚନାଯୋଗ୍ୟ ପୁରୀ ହାଜତ ମୃତ୍ୟୁ ମାମଲାରେ ପୁରୀର ଆଇନଜୀବୀ ଶରତ କୁମାର ରାୟଗୁରୁ ହାଇକୋର୍ଟରେ ମାମଲା ରୁଜୁ କରିଥିଲେ। ଘଟଣାର ନିରପେକ୍ଷ ତଦନ୍ତ, ଉପଯୁକ୍ତ କ୍ଷତିପୂରଣ ସହ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଆବେଦନକାରୀ କୋର୍ଟରେ ପ୍ରାର୍ଥନା କରିଥିଲେ। ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ, ଗୃହ ସଚିବ, ପୁରୀ ଜିଲ୍ଲାପାଳ, ପୁରୀ ଏସପିଙ୍କୁ ଏହି ମାମଲାରେ ପକ୍ଷଭୁକ୍ତ କରାଯାଇଛି।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ABOUT THE AUTHOR

...view details