ଓଡିଶା

odisha

ETV Bharat / state

ଓଡିଶା ହାଇକୋର୍ଟକୁ ମିଳିଲା ଦୁଇ ନୂଆ ବିଚାରପତି, ଶପଥ ନେଲେ ଜଷ୍ଟିସ ଶିବ ଶଙ୍କର ଓ ଆନନ୍ଦ ଚନ୍ଦ୍ର - ଓଡିଶା ହାଇକୋର୍ଟ

ହାଇକୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଶିବ ଶଙ୍କର ମିଶ୍ର ଓ ଆନନ୍ଦ ଚନ୍ଦ୍ର ବେହେରା । ଅଧିକ ପଢନ୍ତୁ

new judges took oath as odisha high court judge
new judges took oath as odisha high court judge

By ETV Bharat Odisha Team

Published : Sep 5, 2023, 10:55 AM IST

Updated : Sep 5, 2023, 4:39 PM IST

ଓଡିଶା ହାଇକୋର୍ଟକୁ ମିଳିଲା ଦୁଇ ନୂଆ ବିଚାରପତି

କଟକ: ଓଡିଶା ହାଇକୋର୍ଟକୁ ମିଳିଲା ଦୁଇ ନୂଆ ବିଚାରପତି । ଜଷ୍ଟିସ ଶିବ ଶଙ୍କର ମିଶ୍ର ଓ ଆନନ୍ଦ ଚନ୍ଦ୍ର ବେହେରା ହାଇକୋର୍ଟର ନୂଆ ବିଚାରପତି ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି । ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର ନୂଆ ବିଚାରପତିଙ୍କୁ ଶପଥ ପାଠ କରାଇଛନ୍ତି । ହାଇକୋର୍ଟର ପୁରୁଣା ବିଲ୍ଡିଂ ରେ ଥିବା ନୂତନ କନଫରେନ୍ସ ହଲ ଠାରେ ଆଜି ସକାଳ ୧୦ଟା ସମୟରେ ଶପଥ ଗ୍ରହଣ ସମାରୋହ ଆୟୋଜନ କରାଯାଇଥିଲା।

ପୂର୍ବରୁ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ଜାରି ଏକ ବିଜ୍ଞପ୍ତିରେ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଆଇନଜୀବୀ ଶିବ ଶଙ୍କର ମିଶ୍ର ଓ ଆନନ୍ଦ ଚନ୍ଦ୍ର ବେହେରାଙ୍କୁ ନିଯୁକ୍ତି ମିଳିଥିବା କୁହାଯାଇଥିଲା । ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ.ଚନ୍ଦ୍ରଚୂଡ଼, ଜଷ୍ଟିସ ଏସ.କେ କୌଲ ଓ ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କୁ ନେଇ ଗଠିତ କଲେଜିଏମ୍‌ ଏ ସମ୍ପର୍କିତ ପ୍ରସ୍ତାବକୁ ‌ଅନୁମୋଦନ ପ୍ରଦାନ କରିଥିଲେ । ୨୦୨୩, ଜାନୁଆରୀ ୧୭ରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଅନ୍ୟ ଦୁଇ ବରିଷ୍ଠତମ ବିଚାରପତିଙ୍କ ସହିତ ପରାମର୍ଶ କରି ଶିବ ଶଙ୍କର ମିଶ୍ର ଓ ଆନନ୍ଦ ଚନ୍ଦ୍ର ବେହେରାଙ୍କ ନାଁ ସୁପାରିସ କରିଥିଲେ । ଏହି ସୁପାରିସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ସହମତ ହୋଇଥିଲେ । ଏହାପରେ ଉଭୟଙ୍କ ନିଯୁକ୍ତି ସମ୍ପର୍କିତ ପ୍ରସ୍ତାବକୁ ସୁପ୍ରିମକୋର୍ଟ କଲେଜିୟମ ବୈଠକରେ ଗ୍ରହଣ କରାଯିବା ସହିତ ସୁପାରିସ କରାଯାଇଥିଲା ।

ଏହା ମଧ୍ୟ ପଢନ୍ତୁ-ଆଜି ଶପଥ ନେବେ ହାଇକୋର୍ଟର ଦୁଇ ନୂଆ ବିଚାରପତି

ଜଷ୍ଟିସ ଶିବ ଶଙ୍କର ମିଶ୍ର କୋରାପୁଟର ଜୟପୁର ଆଇନ ମହାବିଦ୍ୟାଳୟରୁ ଏଲ୍‌ଏଲ୍‌ବି ଡିଗ୍ରୀ ହାସଲ କରିବା ପରେ ୧୯୯୧, ଡିସେମ୍ବର ୭ରେ ଆଇନଜୀବୀ ଭାବେ ପଞ୍ଜୀକୃତ ହୋଇଥିଲେ । ତାଙ୍କର ୩୦ ବର୍ଷର ଆଇନଜୀବୀ ଭାବେ ଅଭିଜ୍ଞତା ରହିଛି । ଦେୱାନୀ, ଫୌଜଦାରୀ ଓ ଚାକିରି ସମ୍ପର୍କିତ ଆଇନରେ ତାଙ୍କ ସ୍ବତନ୍ତ୍ର ଦକ୍ଷତା ରହିଛି । ସୁପ୍ରିମକୋର୍ଟରେ ସେ ଓଡ଼ିଶା ହାଇକୋର୍ଟ ଓ ‌କେନ୍ଦ୍ର ସରକାରଙ୍କ ପାଇଁ ଆଇନଜୀବୀ ଭାବେ ମାମଲା ପରିଚାଳନା କରୁଥିଲେ। ତାଙ୍କର ଅତି ଉତ୍ତମ ବ୍ୟକ୍ତିଗତ ଓ ପେଶାଗତ ଭାବମୂର୍ତ୍ତି ରହିଛି । ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ସେ ଉପଯୁକ୍ତ ବୋଲି ସୁପ୍ରିମକୋର୍ଟ କଲେଜିୟମ ସମ୍ପର୍କିତ ଏକ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଥିଲା ।

ଜଷ୍ଟିସ ଆନନ୍ଦ ଚନ୍ଦ୍ର ବେହେରା ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଚାର ବିଭାଗୀୟ ଅଧିକାରୀ ଭାବେ କାର୍ଯ୍ୟ କରିଛନ୍ତି । ତାଙ୍କର ଉତ୍ତମ ବ୍ୟକ୍ତିଗତ ଓ ପେଶାଗତ ଭାବମୂର୍ତ୍ତି ରହିଛି । ରାଜ୍ୟ ଭିଜିଲାନ୍ସରେ ଲିଗାଲ ଆଡ୍‌ଭାଇଜର ଭାବରେ କାର୍ଯ୍ୟ ମଧ୍ୟ କରିଛନ୍ତି । ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ଆନନ୍ଦ ଚନ୍ଦ୍ର ବେହେରା ଉପଯୁକ୍ତ ବୋଲି ସୁପ୍ରିମକୋର୍ଟ କଲେଜିୟମ ନିଷ୍ପତ୍ତି ସମ୍ପର୍କିତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଥିଲା ।

ଇଟିଭି ଭାରତ, କଟକ

Last Updated : Sep 5, 2023, 4:39 PM IST

ABOUT THE AUTHOR

...view details