ଦେବଗଡ଼:ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ବ୍ୟକ୍ତିଙ୍କ ମୃତଦେହ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁଯାୟୀ , ଦେବଗଡ ହରିହରପୁର ଗାଁର ଭକ୍ତବନ୍ଧୁ ମହାକୁଡ଼ ଗତ ଗୁରୁବାର ଠାରୁ ନିଖୋଜ ଥିଲେ । ସେ ଘରକୁ ନଫେରିବାରୁ ପରିବାର ଲୋକେ ତାଙ୍କୁ ବହୁ ଖୋଜାଖୋଜି କରିଥିଲେ । ହେଲେ ତାଙ୍କର କୌଣସି ପତ୍ତା ମିଳିନଥିଲା ।
ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ବ୍ୟକ୍ତିଙ୍କ ମୃତଦେହ - ଜଙ୍ଗଲରୁ ଉଦ୍ଧାର ହେଲା ମୃତଦେହ
ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ବ୍ୟକ୍ତିଙ୍କ ମୃତଦେହ । ପୋଲିସର ତଦନ୍ତ ଜାରି । ଅଧିକ ପଢନ୍ତୁ....

ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ବ୍ୟକ୍ତିଙ୍କ ମୃତଦେହ
ସୋମବାର ବାଘମୁଣ୍ଡା ଗାଁ ନିକଟସ୍ଥ ଜଙ୍ଗଲରେ ଥିବା ଏକ ନାଳରେ ଭକ୍ତବନ୍ଧୁଙ୍କ ମୃତଦେହ ପଡିଥିବା ଦେଖି କିଛିଲୋକ ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଛାନଭିନ ଚଳାଇଛି । ତେବେ, ଭକ୍ତବନ୍ଧୁଙ୍କୁ କେହି ଦୃର୍ବୃତ୍ତ ହତ୍ୟା କରି ଜଙ୍ଗଲରେ ପକାଇ ଦେଇଥିବା ସ୍ଥାନୀୟ ଲୋକେ ସନ୍ଦେହ କରୁଛନ୍ତି । ଏହି ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି ।
ଦେବଗଡରୁ ସରୋଜ ଶତପଥି ,ଇଟିଭି ଭାରତ