ଓଡିଶା

odisha

ETV Bharat / state

ଭାଲୁ ଆକ୍ରମଣରେ ବୃଦ୍ଧ ମୃତ

ଢେଙ୍କାନାଳରେ ଭାଲୁ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ । ପୋଲିସର ତଦନ୍ତ ଜାରି । ଅଧିକ ପଢନ୍ତୁ...

a man killed by bear attack in dhenkanal
ଭାଲୁ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ

By

Published : Sep 9, 2020, 12:45 PM IST

ଢେଙ୍କାନାଳ : ଭାଲୁ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହାସହ ଅଧିକ ତଦନ୍ତ ଜାରି ରଖିଛି । ମୃତକ ହେଉଛନ୍ତି ନରହରି ମହାନ୍ତ ।

ଭାଲୁ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ

ସୂଚନା ଅନୁସାରେ,ଢେଙ୍କାନାଳ ସୁରପ୍ରତାପପୁର ଗାଁର ନରହରି ବିଲକୁ ଯାଇ ଫେରୁଥିବା ସମୟରେ ଭାଲୁ ହାବୁଡରେ ପଡିଯାଇଥିଲେ । ଫଳରେ ଭାଲୁ ତାଙ୍କୁ ଆକ୍ରମଣ କରିଥିଲା । ନରହରୀ ଘରକୁ ନଫେରିବାରୁ ପରିବାର ଲୋକେ ଖୋଜାଖୋଜି କରି ମୁଣ୍ଡା ଜଙ୍ଗଲରୁ ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ। ସୁରପ୍ରତାପପୁର ଫାଣ୍ଡି ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାପଡିଛି ।

ଢେଙ୍କାନାଳରୁ ଉର୍ମିଳା ପାତ୍ର, ଇଟିଭି ଭାରତ

ABOUT THE AUTHOR

...view details