ଓଡିଶା

odisha

ETV Bharat / state

ବିଜୁ ଯୁବ ସଶକ୍ତିକରଣ ଯୋଜନାରେ ମେଧାବୀ ଛାତ୍ରଛାତ୍ରୀଙ୍କୁ ମାଗଣା ଲାପଟପ ବଣ୍ଟନ

ଢେଙ୍କାନାଳରେ ବିଜୁ ଯୁବ ସଶକ୍ତିକରଣ ଯୋଜନାରେ ମେଧାବୀ ଛାତ୍ରଛାତ୍ରୀଙ୍କୁ ମାଗଣା ଲାପଟପ ପ୍ରଦାନ କରାଯାଇଛି ।  ଜିଲ୍ଲାର ମୋଟ ୪୨୫ଜଣ ମେଧାବୀ ଛାତ୍ରଛାତ୍ରୀଙ୍କୁ ଲାପଟପ ପ୍ରଦାନ କରାଯିବା ସୂଚନା ରହିଛି ।

biju-yuva-sasaktikar-yajona-laptop-distribution-at-autonomous-college-dhenkanal
ଫଟୋ ସୌଜନ୍ୟ : ସମ୍ବାଦଦାତା,ଢେଙ୍କାନାଳ

By

Published : Dec 19, 2019, 11:47 PM IST

ଢେଙ୍କାନାଳ: ମେଧାବୀ ଛାତ୍ରଛାତ୍ରୀଙ୍କୁ ମାଗଣା ଲାପଟପ ବଣ୍ଟନ । ସ୍ବୟଂଶାସିତ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଓଡିଶା ସରକାରଙ୍କ ପକ୍ଷରୁ ବିଜୁ ଯୁବ ସଶକ୍ତିକରଣ ଯୋଜନାରେ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ମାଗଣା ଲାପଟପ ପ୍ରଦାନ କରାଯାଇଛି ।

ବିଜୁ ଯୁବ ସଶକ୍ତିକରଣ ଯୋଜନାରେ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ମାଗଣା ଲାପଟପ ବଣ୍ଟନ

ରାଜ୍ୟ ଖଣି ଇସ୍ପାତ ଓ ପୁର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ କୁମାର ମଲ୍ଲିକ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଢେଙ୍କାନାଳ ସାଂସଦ ମହେଶ ସାହୁ, ବିଧାୟକ ସୁଧୀର ସାମଲ ଏବଂ ଜିଲ୍ଲାପାଳ ଭୂମେଶ ଚନ୍ଦ୍ର ବେହେରା ଯୋଗ ଦେଇଥିଲେ । ଏହି ଅବସରରେ ଅତିଥିମାନେ ୨୭ଜଣ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ମାଗଣା ଲାପଟପ ପ୍ରଦାନ କରିଛନ୍ତି। ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ପ୍ରତିଯୋଗିତା ମନୋବୃତ୍ତି ନେଇ ଆଗକୁ ବଢିବା ଏବଂ ଗୁଣାବତ୍ତା ଶିକ୍ଷାର ବିକାଶ ବିଷୟରେ ପରାମର୍ଶ ଦେଇଥିଲେ ।

ମହାବିଦ୍ୟାଳୟର ବିଭିନ୍ନ ସମସ୍ୟାର ସମାଧାନ ସହିତ ଖାଲିପଡିଥିବା ପଦବୀ ପୂରଣ ପାଇଁ ପଦକ୍ଷେପ ନିଆଯିବ ବୋଲି ପ୍ରକାଶ କରିଛନ୍ତି । ଢେଙ୍କାନାଳ ଜିଲ୍ଲାର ୪୨୫ଜଣ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ଏହି ମାଗଣା ଲାପଟପ ପ୍ରଦାନ କରାଯିବାର ସୂଚନା ଦେଇଛନ୍ତି । ମହାବିଦ୍ୟାଳୟର ଅଧ୍ୟକ୍ଷା ରଶ୍ମି ମିଶ୍ର କାର୍ଯ୍ୟକ୍ରମକୁ ଅଧ୍ୟକ୍ଷତା କରିଥିବା ବେଳେ ପିସି ବରାଳ ସହଯୋଗ କରିଥିଲେ ।

ଢେଙ୍କାନାଳରୁ ଉର୍ମିଳା ପାତ୍ର,ଇଟିଭି ଭାରତ

ABOUT THE AUTHOR

...view details