ଢେଙ୍କାନାଳ: ଦିନକୁ ଦିନ ରାଜ୍ୟରେ ସଡ଼କ ଦୁର୍ଘଟଣା ଦେଖିବାକୁ ମିଳୁଛି । ଢେଙ୍କାନାଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକକୁ ଧକ୍କା ଦେଲା ଟ୍ରକ । ଟ୍ରକ ଧକ୍କାରେ ବାଇକ ଚାଳକଙ୍କ ସମେତ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଏନଏଚ ୫୩ ମୁଣ୍ଡେଇଲ ଗ୍ରାମ ଛକ ନିକଟରେ ବାଇକ ଟ୍ରକ ମୁହାଁମୁହିଁ ଧକ୍କା ହୋଇଥିଲା । ଧକା ଫଳରେ ବାଇକ ଚାଳକଙ୍କ ସମେତ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ମୃତକ ଦୁଇ ଜଣେ ହେଉଛନ୍ତି ଜଣେ ପରଜଙ୍ଗ ଥାନା କନ୍ତୁର ଗ୍ରାମର ମାମୁଦ ସାହୁ । ଅନ୍ୟ ଜଣେ ହେଉଛନ୍ତି କଟକ ଜିଲ୍ଲା ଆଠଗଡ଼ ଥାନା ଧାଇପୁର ଗ୍ରାମର ତାପସ କୁମାର ମହାରଣା ।
ସୂଚନା ମୁତାବକ ତାପସ ଏକ ବାଇକରେ ଆଠଗଡ଼ରୁ ତାଳଚେର ଅଭିମୁଖେ ଯାଉଥିବା ବେଳେ, ଡିହଡୋଳ ଛକରୁ ମାମୁଦ ଲିଫ୍ଟ ମାଗି ତାଙ୍କ ସହ ଯାଉଥିଲେ । ତେବେ ମୁଣ୍ଡେଇଲ ଛକ ନିକଟରେ ତାଳଚେରରୁ ଆସୁଥିବା ଏକ କୋଇଲା ବୋଝେଇ ଟ୍ରକ ସହ ତାଙ୍କ ବାଇକ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳର ବାଇକରେ ଥିବା ଦୁଇ ଜଣ ଗୁରୁତର ଭାବେ ପଡିରହିଥିଲେ । ତେବେ ସ୍ଥାନୀୟ ଲୋକ ଉଭୟଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।