ଢେଙ୍କାନାଳ: ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବି ଜୋର ଧରିଛି । ଜିଲ୍ଲା ଓକିଲ ସଂଧ ଓ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗୀୟ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଛି । ଏହାସହ ନାଗରିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଫେବୃଆରୀ 14(ଶୁକ୍ରବାର) ଢେଙ୍କାନାଳ ବନ୍ଦ ଡାକରା ଦିଆଯାଇଛି ।
ଏହି ଅବସରରେ ଜିଲ୍ଲାପାଳଙ୍କ ସହ ଆଲୋଚନା ବେଳେ ପୁରୁଣା ଡାକ୍ତରଖାନାକୁ ସିଟି ହସ୍ପିଟାଲ କରିବାକୁ ମଧ୍ୟ ଦାବି କରାଯାଇଛି ।