ଢେଙ୍କାନାଳ: ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ବଡଝରା ଗ୍ରାମର ଘଟଣା । ମୃତ ବୃଦ୍ଧ ଜଣକ ହେଲେ ବଡଝରା ଗ୍ରାମର ଦୁଃଶାସନ ବେହେରା ।
ପୋଖରୀରେ ବୁଡି ବୃଦ୍ଧ ମୃତ - old man drowning in to pond
ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ବଡଝରା ଗ୍ରାମରେ ଅଭାବନୀୟ ଘଟଣା । ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...
ପୋଖରୀରେ ବୁଡି ବୃଦ୍ଧ ମୃତ
ସୂଚନା ଅନୁସାରେ ଅପରାହ୍ନରେ ସେ ପୋଖରୀକୁ ଗାଧୋଇବାକୁ ଯାଇଥିବା ବେଳେ ଅସାବଧାନତା ବଶତଃ ପାଣିରେ ବୁଡି ଯାଇଥିଲେ। ଯାହା ଫଳରେ ସେ ଘରକୁ ଫେରିବା ବିଳମ୍ବ ହେବାରୁ ପରିବାର ଲୋକେ ଯାଇ ପାଖରୀରେ ଖୋଜା ଖୋଜି କରିଥିଲେ । ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ପରଜଙ୍ଗ ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।
ଢେଙ୍କାନାଳରୁ ଉର୍ମିଳା ପାତ୍ର, ଇଟିଭି ଭାରତ