ଓଡିଶା

odisha

ETV Bharat / state

ହାତୀ ଆକ୍ରମଣରେ ବୃଦ୍ଧ ଗୁରୁତର, କ୍ଷତିପୂରଣ ଦାବିରେ ରାସ୍ତାରୋକ

ଢେଙ୍କାନାଳ ବନଖଣ୍ଡ ମହାବୀରରୋଡ ରେଞ୍ଜ ଗେହ୍ଲେଇ କାଟେଣୀ ଗାଁରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଟଣାକୁ ନେଇ ୫୩ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି ସ୍ଥାନୀୟ ଗ୍ରାମବାସୀ। ଅଧିକ ପଢ଼ନ୍ତୁ...

ହାତୀ ଆକ୍ରମଣରେ ବୃଦ୍ଧ ଗୁରୁତର, କ୍ଷତିପୂରଣ ଦାବିରେ ରାସ୍ତାରୋକ
ହାତୀ ଆକ୍ରମଣରେ ବୃଦ୍ଧ ଗୁରୁତର, କ୍ଷତିପୂରଣ ଦାବିରେ ରାସ୍ତାରୋକ

By

Published : Nov 10, 2020, 8:07 PM IST

ଢେଙ୍କାନାଳ: ଢେଙ୍କାନାଳ ବନଖଣ୍ଡ ମହାବୀରରୋଡ ରେଞ୍ଜ ଗେହ୍ଲେଇ କାଟେଣୀ ଗାଁରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଘଟଣାକୁ ନେଇ ୫୩ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି ସ୍ଥାନୀୟ ଗ୍ରାମବାସୀ। ଏହି ଅଞ୍ଚଳରେ ହାତୀ ଉପଦ୍ରବ ଲାଗି ରହିଛି। ଏନେଇ ବାରମ୍ବାର ଅଭିଯୋଗ ହୋଇଥିଲେ ସୁଦ୍ଧା ବନ ବିଭାଗ କୌଣସି ପଦକ୍ଷେପ ନେଉନଥିବା ଅଭିଯୋଗ ହୋଇଛି।

ହାତୀ ଆକ୍ରମଣରେ ବୃଦ୍ଧ ଗୁରୁତର, କ୍ଷତିପୂରଣ ଦାବିରେ ରାସ୍ତାରୋକ

ଆଜି(ସୋମବାର) ସକାଳୁ ପରଜଙ୍ଗ ଥାନା ମୁଣ୍ଡେଇଲ ଗ୍ରାମର ସନାତନ ମହାଖୁଡ଼ ନିଜ ଚାଷଜମିକୁ କାମ କରିବାକୁ ଯାଇଥିଲେ। ସେହି ସମୟରେ ଏକ ଦନ୍ତା ହାତୀ ତାଙ୍କୁ ଅତର୍କିତ ଆକ୍ରମଣ କରିଥିଲା। ଫଳରେ ବୃଦ୍ଧ ଜଣକ ଗୁରୁତର ଆହତ ହୋଇଥିଲେ। ଗୁରୁତର ଅବସ୍ଥାରେ ଗ୍ରାମବାସୀ ବୃଦ୍ଧାଙ୍କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତର କରାଯାଇଛି।

ବାରମ୍ବାର ଏହି ଅଞ୍ଚଳରେ ହାତୀ ଉପଦ୍ରବ ହେଉଛି। ଏନେଇ ସ୍ଥାନୀୟ ଲୋକେ ବନବିଭାଗ ପାଖରେ ଅଭିଯୋଗ ମଧ୍ୟ କରିଛନ୍ତି। ଏନେଇ ବନବିଭାଗ କୌଣସି ଦୃଷ୍ଟି ଦେଉନଥିବା ଅଭିଯୋଗ ହୋଇଛି। ବନ ବିଭାଗ ଲୋକଙ୍କୁ ସୁରକ୍ଷା ଦେବାରେ ବିଫଳ ହୋଇଥିବା ଅଭିଯୋଗ ହୋଇଛି। ଏହାର ବିରୋଧ କରି ୫୩ନଂ ଜାତୀୟ ରାଜପଥକୁ ମୁଣ୍ଡେଇଲ ଛକରେ ରାସ୍ତା ଅବରୋଧ କରିଛନ୍ତି ଲୋକେ। ଏହି ଅଞ୍ଚଳକୁ ସୋଲାର ବାଡ, ହାତୀ ଘଉଡାଇବା, ଫସଲ କ୍ଷତିପୂରଣ ଓ ଆହାତଙ୍କୁ ଉପଯୁକ୍ତ ଚିକିତ୍ସା ସହ କ୍ଷତିପୂରଣ ଦାବି କରିଛନ୍ତି ଲୋକେ।

ରାସ୍ତାରୋକ ଯୋଗୁଁ ତାଳଚେର-ଯାଜପୁର ଯାତାୟତ ବାଧା ସୃଷ୍ଟି ହୋଇଛି। ଘଟଣା ସ୍ଥଳରେ ପରଜଙ୍ଗ ପୋଲିସ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାସୁଝା ଜାରି ରଖିଛନ୍ତି।

ଢେଙ୍କାନାଳରୁ ଉର୍ମିଳା ପାତ୍ର, ଇଟିଭି ଭାରତ

ABOUT THE AUTHOR

...view details